ଆଜି ରାଜ୍ୟର ୩୦୭ କେନ୍ଦ୍ରରେ ଓଟିଇଟି

କଟକ ,୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ପକ୍ଷରୁ ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)କୁ ନେଇ ପୁଣି ବିଭ୍ରାଟ ଦେଖାଦେଇଛି। ବିଗତ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଦେଖାଦେଇଥିବାବେଳେ ଏବେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ଏହାକୁ ବୋର୍ଡ ପକ୍ଷରୁ ଖଣ୍ଡନ କରାଯାଇଛି।
ଶନିବାର ରାଜ୍ୟର ୩୦୭ କେନ୍ଦ୍ରରେ ପରୀକ୍ଷାର୍ଥୀ ଓଟିଇଟି ଦେବେ। ହେଲେ ପରୀକ୍ଷା ପୂର୍ବରୁ ସାମାଜିକ ଗଣମାଧ୍ୟମରେ ପରୀକ୍ଷା ପ୍ରଶ୍ନପତ୍ର ଘୂରି ବୁଲୁଥିବା ଚର୍ଚ୍ଚା ହେଉଛି। ତେବେ ପରୀକ୍ଷାର ଗୋଟିଏ ଦିନ ପୂର୍ବରୁ ଏପରି ଘଟଣା ପରୀକ୍ଷାର୍ଥୀଙ୍କୁ ଚିନ୍ତାରେ ପକାଇଛି। ଏ ନେଇ ଶୁକ୍ରବାର ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଯେଉଁ ଚର୍ଚ୍ଚା ହେଉଛି, ତାହା ଅମୂଳକ। ସୋସିଆଲ ମିଡିଆରେ ଘୂରି ବୁଲୁଥିବା ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶନିବାର ପରୀକ୍ଷାର୍ଥୀମାନେ ଦୁଇଟି ପେପରରେ ପରୀକ୍ଷା ଦେବେ। ପୂର୍ବାହ୍ନ ୮ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ପେପର-୧ ଓ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢେ ୨ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri