ଆଜିଠୁ ଇଣ୍ଡିଆ ସ୍କିଲ୍‌ସ-୨୦୨୪

ଭୁବନେଶ୍ୱର, ୧୫।୫(ଅସମାପିକା ସାହୁ): ବିଭିନ୍ନ ବିଷୟରେ ଭାରତର ଯୁବପିଢ଼ିଙ୍କ ଦକ୍ଷତା ପ୍ରଦର୍ଶନ ଲାଗି ପ୍ରତି ଦୁଇବର୍ଷରେ ଥରେ ‘ଇଣ୍ଡିଆ ସ୍କିଲ୍‌ସ’ ପ୍ରତିଯୋଗିତା କରାଯାଉଛି। ଚଳିତ ବର୍ଷ ମେ ୧୫ରୁ ୧୯ ତାରିଖ ଯାଏ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ‘ଓଡ଼ିଶା ସ୍କିଲ୍‌ସ’ରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ୬୪ ଜଣ ପ୍ରତିଯୋଗୀ ଭାଗନେବେ। ଚଳିତ ଥର ଦେଶର ନୂଆଦିଲ୍ଲୀ, ବେଙ୍ଗାଲୁରୁ, ମଣିପାଲ ଏବଂ ଗାନ୍ଧୀନଗର ଭଳି ୪ଟି ପ୍ରମୁଖ ସହରରେ ‘ଇଣ୍ଡିଆ ସ୍କିଲ୍‌ସ’ ପ୍ରତିଯୋଗିତା ଆୟୋଜନ କରାଯାଉଛି। ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍‌ଏସ୍‌ଡିସି) ଦ୍ୱାରା ‘ଇଣ୍ଡିଆ ସ୍କିଲ୍‌ସ’ କାର୍ଯ୍ୟକ୍ରମ କରାଯାଉଛି। ଏହି ଜାତୀୟସ୍ତରର ଦକ୍ଷତାଭିତ୍ତିକ ପ୍ରତଯୋଗିତାରେ ଭାଗ ନେବା ଲାଗି ମଙ୍ଗଳବାର ଓଡ଼ିଶାର ପ୍ରତିଯୋଗୀମାନେ ଯାଇଛନ୍ତି। ଏହି ପ୍ରତିଯୋଗୀମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି. ଥମ୍ବିରାଜା ଏବଂ ଉପାଧ୍ୟକ୍ଷ ଡ. ଶୁଭଙ୍ଗ କିଶୋର ଦାସ ଶୁଭେଚ୍ଛା ଜଣାଇଛନ୍ତି।
ସ୍କିଲ୍‌ସ’ରେ ମୋବାଇଲ ରୋବୋଟିକ୍ସ, ଇନ୍‌ଫର୍‌ମେଶନ ନେଟୱର୍କ କେବଲିଂ, ଇଣ୍ଡଷ୍ଟ୍ରିଆଲ କଣ୍ଟ୍ରୋଲ, ମୋବାଇଲ ଆପ୍ଲିକେଶନ ଡେଭଲପମେଣ୍ଟ, ସାଇବର ସିକ୍ୟୁରିଟି ଭଳି ୪୮ଟି ସ୍କିଲରେ ଓଡ଼ିଶାର ପ୍ରତିଯୋଗୀମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବେ। ଏଠାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ରମାନେ ସେପ୍ଟେମ୍ବରରେ ଫ୍ରାନ୍ସରେ ହେବାକୁ ଥିବା ‘ୱାଲର୍‌ଡ ସ୍କିଲ୍‌ସ’ ପ୍ରତିଯୋଗିତାରେ ନିଜ ଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ସୂଚନାଯୋଗ୍ୟ, ‘ଇଣ୍ଡିଆ ସ୍କିଲ୍‌ସ’ ପୂର୍ବରୁ ‘ଓଡ଼ିଶା ସ୍କିଲ୍‌ସ’ପ୍ରତିଯୋଗିତା ମାର୍ଚ୍ଚ ୧୨ରୁ ୧୪ ତାରିଖ ଯାଏ ଚାଲିଥିଲା। ବିଶ୍ୱ ଦକ୍ଷତା କେନ୍ଦ୍ର ସହିତ ଭୁବନେଶ୍ୱର ଓ କଟକର ମୋଟ ୮ଟି କେନ୍ଦ୍ରରେ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ରାଜ୍ୟର ବିଭିନ୍ନ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ୁଥିବା ୮୦୦ରୁ ଅଧିକ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ୬ଟି ପ୍ରମୁଖ କ୍ଷେତ୍ରରେ ମୋଟ ୪୫ଟି ସ୍କିଲକୁ ନେଇ ଏହି ପ୍ରତିଯୋଗିତା ହୋଇଥିଲା। ଓଡ଼ିଶା ସ୍କିଲ୍‌ସରୁ ଶ୍ରେଷ୍ଠ ବିବେଚିତ ଛାତ୍ରୀଛାତ୍ରଙ୍କ ଭିତରୁ ୬୪ ଜଣ ଇଣ୍ଡିଆ ସ୍କିଲ୍‌ସରେ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri