ଆଜିଠୁ ଇଣ୍ଡିଆ ସ୍କିଲ୍‌ସ-୨୦୨୪

ଭୁବନେଶ୍ୱର, ୧୫।୫(ଅସମାପିକା ସାହୁ): ବିଭିନ୍ନ ବିଷୟରେ ଭାରତର ଯୁବପିଢ଼ିଙ୍କ ଦକ୍ଷତା ପ୍ରଦର୍ଶନ ଲାଗି ପ୍ରତି ଦୁଇବର୍ଷରେ ଥରେ ‘ଇଣ୍ଡିଆ ସ୍କିଲ୍‌ସ’ ପ୍ରତିଯୋଗିତା କରାଯାଉଛି। ଚଳିତ ବର୍ଷ ମେ ୧୫ରୁ ୧୯ ତାରିଖ ଯାଏ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ‘ଓଡ଼ିଶା ସ୍କିଲ୍‌ସ’ରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ୬୪ ଜଣ ପ୍ରତିଯୋଗୀ ଭାଗନେବେ। ଚଳିତ ଥର ଦେଶର ନୂଆଦିଲ୍ଲୀ, ବେଙ୍ଗାଲୁରୁ, ମଣିପାଲ ଏବଂ ଗାନ୍ଧୀନଗର ଭଳି ୪ଟି ପ୍ରମୁଖ ସହରରେ ‘ଇଣ୍ଡିଆ ସ୍କିଲ୍‌ସ’ ପ୍ରତିଯୋଗିତା ଆୟୋଜନ କରାଯାଉଛି। ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ଦକ୍ଷତା ବିକାଶ ନିଗମ(ଏନ୍‌ଏସ୍‌ଡିସି) ଦ୍ୱାରା ‘ଇଣ୍ଡିଆ ସ୍କିଲ୍‌ସ’ କାର୍ଯ୍ୟକ୍ରମ କରାଯାଉଛି। ଏହି ଜାତୀୟସ୍ତରର ଦକ୍ଷତାଭିତ୍ତିକ ପ୍ରତଯୋଗିତାରେ ଭାଗ ନେବା ଲାଗି ମଙ୍ଗଳବାର ଓଡ଼ିଶାର ପ୍ରତିଯୋଗୀମାନେ ଯାଇଛନ୍ତି। ଏହି ପ୍ରତିଯୋଗୀମାନଙ୍କୁ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି. ଥମ୍ବିରାଜା ଏବଂ ଉପାଧ୍ୟକ୍ଷ ଡ. ଶୁଭଙ୍ଗ କିଶୋର ଦାସ ଶୁଭେଚ୍ଛା ଜଣାଇଛନ୍ତି।
ସ୍କିଲ୍‌ସ’ରେ ମୋବାଇଲ ରୋବୋଟିକ୍ସ, ଇନ୍‌ଫର୍‌ମେଶନ ନେଟୱର୍କ କେବଲିଂ, ଇଣ୍ଡଷ୍ଟ୍ରିଆଲ କଣ୍ଟ୍ରୋଲ, ମୋବାଇଲ ଆପ୍ଲିକେଶନ ଡେଭଲପମେଣ୍ଟ, ସାଇବର ସିକ୍ୟୁରିଟି ଭଳି ୪୮ଟି ସ୍କିଲରେ ଓଡ଼ିଶାର ପ୍ରତିଯୋଗୀମାନେ ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିବେ। ଏଠାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ରମାନେ ସେପ୍ଟେମ୍ବରରେ ଫ୍ରାନ୍ସରେ ହେବାକୁ ଥିବା ‘ୱାଲର୍‌ଡ ସ୍କିଲ୍‌ସ’ ପ୍ରତିଯୋଗିତାରେ ନିଜ ଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ସୂଚନାଯୋଗ୍ୟ, ‘ଇଣ୍ଡିଆ ସ୍କିଲ୍‌ସ’ ପୂର୍ବରୁ ‘ଓଡ଼ିଶା ସ୍କିଲ୍‌ସ’ପ୍ରତିଯୋଗିତା ମାର୍ଚ୍ଚ ୧୨ରୁ ୧୪ ତାରିଖ ଯାଏ ଚାଲିଥିଲା। ବିଶ୍ୱ ଦକ୍ଷତା କେନ୍ଦ୍ର ସହିତ ଭୁବନେଶ୍ୱର ଓ କଟକର ମୋଟ ୮ଟି କେନ୍ଦ୍ରରେ ଏହି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ରାଜ୍ୟର ବିଭିନ୍ନ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ୁଥିବା ୮୦୦ରୁ ଅଧିକ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ୬ଟି ପ୍ରମୁଖ କ୍ଷେତ୍ରରେ ମୋଟ ୪୫ଟି ସ୍କିଲକୁ ନେଇ ଏହି ପ୍ରତିଯୋଗିତା ହୋଇଥିଲା। ଓଡ଼ିଶା ସ୍କିଲ୍‌ସରୁ ଶ୍ରେଷ୍ଠ ବିବେଚିତ ଛାତ୍ରୀଛାତ୍ରଙ୍କ ଭିତରୁ ୬୪ ଜଣ ଇଣ୍ଡିଆ ସ୍କିଲ୍‌ସରେ ଭାଗ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

‘ଜନ୍ତର ମନ୍ତର ଭଳି ଝାଡ଼ଖଣ୍ଡରେ ମଧ୍ୟ…’, ଛାତ୍ର ଆନ୍ଦୋଳନକୁ ନେଇ ଅଭିଜିତଙ୍କ ବଡ଼ ବୟାନ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡରେ ନିଯୁକ୍ତି ପରୀକ୍ଷାରେ କଥିତ ଅନିୟମିତତା ବିରୋଧରେ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri