Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ଅପରାଜେୟ

ବ୍ରିଜଟାଉନ୍‌ (ବାର୍ବାଡୋସ), ୨୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଟୁର୍ନାମେଣ୍ଟରେ ଦୁଇ ଦଳ ଏପର୍ଯ୍ୟନ୍ତ ଅପରାଜେୟ ରହିଛନ୍ତି। ଗ୍ରୁପ୍‌ ‘ଏ’ରେ ସ୍ଥାନ ପାଇଥିବା ଭାରତ ଲିଗ୍‌ ମ୍ୟାଚରେ ଆୟର୍ଲାଣ୍ଡକୁ ୮ ଉଇକେଟରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ପରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୬ ରନରେ ଏବଂ ଆମେରିକାକୁ ୭ ଉଇକେଟରେ ହରାଇଥିବାବେଳେ କାନାଡ଼ା ବିପକ୍ଷ ମ୍ୟାଚ ବର୍ଷାଯୋଗୁ ସମ୍ଭବ ନ ହେବାରୁ ପଏଣ୍ଟ ଭାଗ କରିଥିଲା। ଗ୍ରୁପ୍‌ ପର୍ଯ୍ୟାୟରେ ୪ ମ୍ୟାଚରୁ ୭ ପଏଣ୍ଟ ସହ ଟେବୁଲର ଶୀର୍ଷରେ ରହିଥିବା ଭାରତ ସୁପର-୮ରେ ଯଥାକ୍ରମେ ଆଫଗାନିସ୍ତାନକୁ ୪୭ ରନରେ, ବାଂଲାଦେଶକୁ ୫୦ ରନରେ ଓ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ସେମିଫାଇନାଲରେ ପ୍ରବେଶ କରିଥିଲା। ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡକୁ ୬୮ ରନରେ ହରାଇ ଫାଇନାଲରେ ପ୍ରବେଶ କରିଥିଲା ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ସେହିପରି ଗ୍ରୁପ୍‌ ‘ଡି’ରେ ସ୍ଥାନ ପାଇଥିବା ଦକ୍ଷିଣ ଆଫ୍ରିକା ଶ୍ରୀଲଙ୍କାକୁ ୬ ଉଇକେଟରେ, ନେଦରଲାଣ୍ଡ୍ସକୁ ୪ ଉଇକେଟରେ, ବାଂଲାଦେଶକୁ ୪ ରନରେ ଓ ନେପାଳକୁ ୧ ରନରେ ହରାଇ ଗ୍ରୁପ୍‌ ପର୍ଯ୍ୟାୟ ଶେଷ କରିଥିଲା। ୪ ମ୍ୟାଚରୁ ପୂରା ୮ ପଏଣ୍ଟ ପାଇ ଦଳ ଟେବୁଲର ଶୀର୍ଷରେ ରହିଥିଲା। ସୁପର-୮ରେ ଏହି ଦଳ ଆମେରିକାକୁ ୧୮ ରନରେ, ଇଂଲଣ୍ଡକୁ ୭ ରନରେ ଏବଂ ଓ୍ବେଷ୍ଟଇଣ୍ଡିଜକୁ ଡକ୍‌ଓ୍ବର୍ଥ ଲୁଇସ ପଦ୍ଧତିରେ ୩ ଉଇକେଟରେ ହରାଇ ସେମିଫାଇନାଲକୁ ଆସିଥିଲା। ପ୍ରଥମ ସେମିଫାଇନାଲରେ ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ ଏକପାଖିଆ ମ୍ୟାଚରେ ୯ ଉଇକେଟରେ ହରାଇ ପ୍ରଥମଥରପାଇଁ ଫାଇନାଲରେ ଅବତୀର୍ଣ୍ଣ ହୋଇଛି ଏଡେନ ମାରକ୍ରମଙ୍କ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri