Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ଅପରାଜେୟ

ବ୍ରିଜଟାଉନ୍‌ (ବାର୍ବାଡୋସ), ୨୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଟୁର୍ନାମେଣ୍ଟରେ ଦୁଇ ଦଳ ଏପର୍ଯ୍ୟନ୍ତ ଅପରାଜେୟ ରହିଛନ୍ତି। ଗ୍ରୁପ୍‌ ‘ଏ’ରେ ସ୍ଥାନ ପାଇଥିବା ଭାରତ ଲିଗ୍‌ ମ୍ୟାଚରେ ଆୟର୍ଲାଣ୍ଡକୁ ୮ ଉଇକେଟରେ ହରାଇ ଅଭିଯାନ ଆରମ୍ଭ କରିଥିଲା। ପରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ପାକିସ୍ତାନକୁ ୬ ରନରେ ଏବଂ ଆମେରିକାକୁ ୭ ଉଇକେଟରେ ହରାଇଥିବାବେଳେ କାନାଡ଼ା ବିପକ୍ଷ ମ୍ୟାଚ ବର୍ଷାଯୋଗୁ ସମ୍ଭବ ନ ହେବାରୁ ପଏଣ୍ଟ ଭାଗ କରିଥିଲା। ଗ୍ରୁପ୍‌ ପର୍ଯ୍ୟାୟରେ ୪ ମ୍ୟାଚରୁ ୭ ପଏଣ୍ଟ ସହ ଟେବୁଲର ଶୀର୍ଷରେ ରହିଥିବା ଭାରତ ସୁପର-୮ରେ ଯଥାକ୍ରମେ ଆଫଗାନିସ୍ତାନକୁ ୪୭ ରନରେ, ବାଂଲାଦେଶକୁ ୫୦ ରନରେ ଓ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ସେମିଫାଇନାଲରେ ପ୍ରବେଶ କରିଥିଲା। ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡକୁ ୬୮ ରନରେ ହରାଇ ଫାଇନାଲରେ ପ୍ରବେଶ କରିଥିଲା ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ। ସେହିପରି ଗ୍ରୁପ୍‌ ‘ଡି’ରେ ସ୍ଥାନ ପାଇଥିବା ଦକ୍ଷିଣ ଆଫ୍ରିକା ଶ୍ରୀଲଙ୍କାକୁ ୬ ଉଇକେଟରେ, ନେଦରଲାଣ୍ଡ୍ସକୁ ୪ ଉଇକେଟରେ, ବାଂଲାଦେଶକୁ ୪ ରନରେ ଓ ନେପାଳକୁ ୧ ରନରେ ହରାଇ ଗ୍ରୁପ୍‌ ପର୍ଯ୍ୟାୟ ଶେଷ କରିଥିଲା। ୪ ମ୍ୟାଚରୁ ପୂରା ୮ ପଏଣ୍ଟ ପାଇ ଦଳ ଟେବୁଲର ଶୀର୍ଷରେ ରହିଥିଲା। ସୁପର-୮ରେ ଏହି ଦଳ ଆମେରିକାକୁ ୧୮ ରନରେ, ଇଂଲଣ୍ଡକୁ ୭ ରନରେ ଏବଂ ଓ୍ବେଷ୍ଟଇଣ୍ଡିଜକୁ ଡକ୍‌ଓ୍ବର୍ଥ ଲୁଇସ ପଦ୍ଧତିରେ ୩ ଉଇକେଟରେ ହରାଇ ସେମିଫାଇନାଲକୁ ଆସିଥିଲା। ପ୍ରଥମ ସେମିଫାଇନାଲରେ ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ ଏକପାଖିଆ ମ୍ୟାଚରେ ୯ ଉଇକେଟରେ ହରାଇ ପ୍ରଥମଥରପାଇଁ ଫାଇନାଲରେ ଅବତୀର୍ଣ୍ଣ ହୋଇଛି ଏଡେନ ମାରକ୍ରମଙ୍କ ଦଳ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri