ଆଜିଠୁ ୯ ଦିନ ୪ ୱାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ପୁରୀ ଅଫିସ, ୨୪। ୭: ପୁରୀ ସହରସ୍ଥ ପେଣ୍ଠକଟା ଅଞ୍ଚଳ ଏବେ ପ୍ରଶାସନର ଚିନ୍ତା ବଢାଇଛି। ଦୁଇଦିନରେ ୨୦ରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଶୁକ୍ରବାରଠାରୁ ୯ ଦିନ ଯାଏ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଗୁରୁବାର ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, କିଛିଦିନ ହେବ ପୁରୀ ସହରରୁ ଯେତେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରୁ ୪୦ ପ୍ରତିଶତ ହେଉଛନ୍ତି ପେଣ୍ଠକଟା ଅଞ୍ଚଳର। ତେଣୁ ଏହି ଅଞ୍ଚଳର୨୫ ନମ୍ବର ୱାର୍ଡ (କିଛି ଅଂଶ) ଏବଂ ୨୬, ୩୧ ଓ ୩୨ ନମ୍ବର ୱାର୍ଡକୁ ସମ୍ପୂର୍ଣ୍ଣ ଭାବେ କଣ୍ଟେନମେଣ୍ଟ ଜୋନ କରାଯାଉଛି। ଶୁକ୍ରବାର ରାତି ୯ଟାରୁ ଆସନ୍ତା ୩ ତାରିଖ ଭୋର ୫ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଏହାର ପରିସୀମା ୟୁଥ୍‌ ହଷ୍ଟେଲ ଛକରୁ କମଳା ହସ୍ପିଟାଲ ଛକ, ଜୟୀ ରାଜଗୁରୁ ଛକରୁ ରାମ ମନ୍ଦିର ଛକ, ରାମ ମନ୍ଦିର ଛକରୁ ଓଡ଼ିଶା ବେକେରି ଛକ, ଓଡ଼ିଶା ବେକେରି ଛକରୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଛକ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଛକରୁ ଆଇଟିଆଇ ଛକ, ଆଇଟିଆଇ ଛକରୁ ତାଳବଣିଆ ପମ୍ପ ହାଉସ ଛକ, ପମ୍ପହାଉସ ଛକରୁ ଗଙ୍ଗାମାତା ମନ୍ଦିର ଛକ (ବାଲୁଖଣ୍ଡ ଅଭୟାରଣ୍ୟର ବାଉଣ୍ଡାରିକୁ ଲଗାଇ), ଗଙ୍ଗାମାତା ମନ୍ଦିର ଛକରୁ ପିଙ୍କ ହାଉସ୍‌ ହୋଟେଲ ଛକ (ସମୁଦ୍ର କୂଳକୁ ଲଗାଇ), ପିଙ୍କ୍‌ ହାଉସ୍‌ ହୋଟେଲ ଛକରୁ ସୁନାର ଗୌରାଙ୍ଗ ଛକ ଏବଂ ସେଠାରୁ ୟୁଥ୍‌ ହଷ୍ଟେଲ ଛକ ପର୍ଯ୍ୟନ୍ତ ରହିବ। ସମ୍ପୃକ୍ତ ଅଞ୍ଚଳରେ ଅତ୍ୟାବଶ୍ୟକ ସେବା ଉପଲବ୍ଧ ହେବ। ମ୍ୟୁନିସିପାଲିଟି ଯେଉଁମାନଙ୍କୁ ଅନୁମତି ଦେବ ସମ୍ପୃକ୍ତ ସଂସ୍ଥା କ୍ଷୀର, ପନିପରିବା ଆଦି ଯୋଗାଇବେ। ବିବାହ କିମ୍ବା ଶବଦାହ କର୍ମ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଅନୁମତି ନିଆଯିବ। ଏହି ଆବଦ୍ଧ ଅଞ୍ଚଳ ମଧ୍ୟରେ ରହୁଥିବା ଲୋକଙ୍କର ଯାହାଠାରେ କିଛି ବି ଲକ୍ଷଣ ଥିବ ସେମାନେ କୋଭିଡ୍‌ କେୟାର ମନିଟରଙ୍କୁ ଜଣାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri