ଆଜି କର୍କଟ ରୋଗୀଙ୍କ ପାଇଁ ‘ଫଣ୍ଡରେଜିଂ ଇଭେଣ୍ଟ’

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସଦ୍‌ଗୁରୁ ହସ୍ପିଟାଲ କଟକ ଏବଂ ଭୁବନେଶ୍ୱର ଭିଭାନ୍ତା ହୋଟେଲର ମିଳିତ ସହଯୋଗରେ କର୍କଟ ରୋଗୀଙ୍କ ଲାଗି ଆଜି ଏକ ‘ଫଣ୍ଡରେଜିଂ ଇଭେଣ୍ଟ’ର ଆୟୋଜନ କରାଯାଇଛି। ଏପରିକି ଭୁବନେଶ୍ୱରର ପାତ୍ରପଡ଼ା ନିକଟସ୍ଥ ଭିଭାନ୍ତା ହୋଟେଲ ପରିସରରେ ଏ ନେଇ ଏକ ସ୍ବତନ୍ତ୍ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରୁ ସଂଗୃହୀତ ସମସ୍ତ ଅର୍ଥ କ୍ୟାନ୍‌ସର ରୋଗୀମାନଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ପ୍ରଦାନ କରାଯିବ ବୋଲି ସଦ୍‌ଗୁରୁ ହସ୍ପିଟାଲର ନିର୍ଦ୍ଦେଶକ ରାହୁଲ ପ୍ରତ୍ୟୁଷ ମହାନ୍ତି ମତପ୍ରକାଶ କରିଛନ୍ତି। ସେହିଭଳି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ବଡ଼ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ବର୍ତ୍ତମାନ ସ୍ଥିତିରେ ସାଧାରଣ ରୋଗ ଭଳି କର୍କଟ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ଘଟିବାରେ ଲାଗୁଛି। ତେଣୁ କର୍କଟ ରୋଗୀଙ୍କୁ ସହାୟତା ଲାଗି ରାଜ୍ୟ ସରକାରଙ୍କୁ ସହଯୋଗ କରିବା ପାଇଁ ଏଭଳି ଏକ ‘ଫଣ୍ଡରେଜିଂ ଇଭେଣ୍ଟ’ର ଆୟୋଜନ କରାଯାଇଥିବା ଉଭୟ ସଂସ୍ଥା ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ନଭେମ୍ବର ୨୬ ସନ୍ଧ୍ୟା ସାଢେ ୬ଟାରେ ଆରମ୍ଭ ହେବାକୁ ଥିବା ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ। ବିଶେଷକରି ଭିଗ୍‌ନାଜ୍‌ ବ୍ୟାଣ୍ଡ୍‌ ଗ୍ରୁପ,ସ୍ବିଟ୍‌ ପଏଜନ, ଲୋୟଲା ସ୍କୁଲର ବ୍ୟାଣ୍ଡ୍‌ ସହ ଗୀତ ଉପରେ ରୁଚି ରଖୁଥିବା ନୂତନ ପ୍ରତିଭାମାନେ ମଧ୍ୟ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଉକ୍ତ କାର୍ଯ୍ୟକ୍ରମରେ ୨ଜଣଙ୍କ ପିଛା ୫,୫୦୦ ଓ ଜଣଙ୍କ ପିଛା ୩୫୦୦ ଟଙ୍କା ସହିତ ଟିକସ ଦେଇ ନିଜ ସିଟ୍‌ ବୁକ୍‌ କରିପାରିବେ। ଭିଭାନ୍ତା ହୋଟେଲରେ ବୁକ୍‌ ହୋଇଥିବା ସିଟ୍‌ରୁ ଆଦାୟ ଟଙ୍କା କର୍କଟ ରୋଗୀମାନଙ୍କ ଲାଗି ପ୍ରଦାନ କରାଯିବ। ଯଦି କୌଣସି ବ୍ୟକ୍ତି କର୍କଟ ରୋଗୀଙ୍କ ଲାଗି ନିଜ ସିଟ୍‌ ବୁକିଂ କରିବାକୁ ଚାହୁଁଛନ୍ତି ତେବେ ସଦ୍‌ଗୁରୁ ହସ୍ପିଟାଲର ସମସ୍ତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ମଧ୍ୟ ସମସ୍ତ ତଥ୍ୟ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri