ଆଜି ଦେଶବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର,୨୫ା୯(ବ୍ୟୁରୋ):କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ କରି ଅଲ୍‌ ଇଣ୍ଡିଆ କିଷାନ ସଂଘର୍ଷ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏଥିରେ ଦେଶର ବିଭିନ୍ନ କୃଷକ ସଂଗଠନ ସାମିଲ ହେବେ। ସମିତିର ଓଡ଼ିଶା କମିଟି ମଧ୍ୟ ଏହି ଆନ୍ଦୋଳନରେ ସାମିଲ ହେବ ବୋଲି ରାଜ୍ୟ ଆବାହକ ମଣ୍ଡଳୀ ପକ୍ଷରୁ କୁହାଯାଇଛି। ସଂଗଠନର ସଦସ୍ୟମାନେ ମାଷ୍ଟରକ୍ୟାଣ୍ଟିନରୁ ଶୋଭାଯାତ୍ରାରେ ବାହାରି କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ ସମ୍ମୁଖରେ ପିକେଟିଂ କରିବେ। ତେବେ ପଞ୍ଜାବ, ହରିୟାଣା, ରାଜସ୍ଥାନ ଭଳି ଅନ୍ୟ ରାଜ୍ୟଗୁଡ଼ିକରେ ଏହି ବିଲ୍‌ ବିରୋଧରେ ସମିତି ପକ୍ଷରୁ ବନ୍ଦ ପାଳନ କରାଯିବ। ଏହି ଆନ୍ଦୋଳନକୁ କଂଗ୍ରେସ ସମର୍ଥନ କରିଛି। ଅତ୍ୟାବଶ୍ୟକ ସେବା ଆଇନ-୧୯୫୫କୁ ସଂଶୋଧନ, କଣ୍ଟ୍ରାକ୍ଟ ଫାର୍ମିଂ ଏବଂ ଇ- ମାର୍କେଟିଂ ନାମରେ କୃଷି ଉତ୍ପାଦନ ବିପଣନ କମିଟିଗୁଡ଼ିକୁ ଭାଙ୍ଗିବା ପାଇଁ କୃଷି ବିଲ୍‌ରେ ଚକ୍ରାନ୍ତ କରାଯାଇଛି। ଏହା ଭାରତ ବର୍ଷର କୃଷକମାନଙ୍କ ପାଇଁ ମୃତ୍ୟୁ ଘଣ୍ଟି ସାଜିବା ସହ କର୍ପୋରେଟ୍‌ଗୁଡ଼ିକୁ ସହାୟକ ହେବ। ଯାହାକୁ ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତି ପକ୍ଷରୁ କଡ଼ା ବିରୋଧ କରାଯାଉଛି ବୋଲି ଅଲ୍‌ ଇଣ୍ଡିଆ କିଷାନ ସଭା ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ କହିଛନ୍ତି। ବିଲ୍‌ ବିରୋଧରେ ସାରା ଦେଶରେ ବନ୍ଦ ଆହ୍ବାନ ସହିତ ପିକେଟିଂ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri