Posted inଖେଳ

ଆଜି କ୍ରିକେଟ୍‌ ଇତିହାସରେ ଏକ ଖାସ୍‌ ଦିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୧: ଜାନୁୟାରୀ ୫ କ୍ରିକେଟ ଇତିହାସରେ ଅତ୍ୟନ୍ତ ସ୍ବତନ୍ତ୍ର। ୫୨ ବର୍ଷ ପୂର୍ବେ ଆଜି ଅର୍ଥାତ୍‌ ଜାନୁଆରୀ ୧୯୭୧ରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଥିଲା। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ଦଳ ମଧ୍ୟରେ ଏହି ମ୍ୟାଚ ଖେଳାଯାଇଥିଲା। ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ଜିତିଥିଲା।
ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆ ଟସ ଜିତି ବୋଲିଂ କରିଥିଲା। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଦଳ ୩୯.୪ ଓଭରରେ ୧୯୦ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଇତିହାସରେ ପ୍ରଥମ ଦିନିକିଆକୁ ଅଷ୍ଟ୍ରେଲିଆ ୫ ଉଇକେଟରେ ଜିତିଥିଲା। ମ୍ୟାଚ୍‌ରେ ୮୨ ରନ୍‌ର ଇନିଂସ ସ୍କୋର କରିଥିବା ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନ ଏଡ୍ରିଚଙ୍କୁ ଖେଳାଳି ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହିପରି ଭାବରେ, ଦିନିକିଆ ଇତିହାସରେ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇବାରେ ଏଡ୍ରିଚ ଦୁନିଆର ପ୍ରଥମ କ୍ରିକେଟର ହୋଇଥିଲେ।
ପ୍ରଥମ ଦିନିକିଆରେ ଉଭୟ ଦଳ ପାଇଁ ୪୦-୪୦ ଓଭର ସ୍ଥିର ହୋଇଥିଲା। ଗୋଟିଏ ଓଭର ୮ଟି ବଲ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। କୌଣସି ବୋଲର ମ୍ୟାଚରେ ୫ ଓଭରରୁ ଅଧିକ ବୋଲିଂ କରିବେ ନାହିଁ ବୋଲି କୁହାଯାଇଥିଲା। ପ୍ରଥମ ଦିନିକିଆ ଦେଖିବା ପାଇଁ ଏମସିଜିରେ ପ୍ରବଳ ଜନସମାଗମ ହୋଇଥିଲା। ପରିସଂଖ୍ୟାନ ଅନୁଯାୟୀ, ୪୬,୦୦୬ ଲୋକ ଏହି ମ୍ୟାଚକୁ ଉପଭୋଗ କରିଥିଲେ। ଏହି ସମୟରେ ପ୍ରାୟ ୩୪ ହଜାର ଡଲାର ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri