ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ। ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏ ପଣା ଲାଗି ହେବ। ଠାକୁରଙ୍କ ପାଖରେ ପଣା ଭୋଗ ହେବା ପରେ ଏହି ପଣାହାଣ୍ଡିକୁ ଭାଙ୍ଗି ଦିଆଯିବାର ବିଧି ରହିଛି। ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥ ତଳକୁ ବୋହିଯାଏ। ତାହାକୁ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି ବିଶ୍ୱାସ ରହିଛି। ରଥରେ ମଧ୍ୟାହ୍ନ ଧୂପ ନୀତି ବଢିବା ପରେ ଅଧରପଣା ନୀତି କରାଯିବ। ଏହି ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ସହ ଆଲୋଚନା ହୋଇଛି। ତେବେ ଏଥର ମହାପ୍ରଭୁଙ୍କ ଏହି ଅଧର ନୀତିକୁ କୌଣସି ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ନାହିଁ। ମହାମାରୀ କରୋନା ପାଇଁ ଏଥର ବିନା ଭକ୍ତରେ ଘୋଷଯାତ୍ରାର ସମସ୍ତ ପ୍ରକ୍ରିୟା କରାଯାଉଛି।

ନୀତି ନିର୍ଘଣ୍ଟ

୩ ରଥରେ ମଙ୍ଗଳ ଆଳତି ପ୍ରାତଃ ୬ରୁ ୬. ୩୦
ମଇଲମ, ତଡପ ଲାଗି ସକାଳ ୭ଟା
ଅବକାଶ ୮ଟା
ବେଶଶେଷ ୯ଟା
ଗୋପାଳ ବଲ୍ଲଭ ୧୦ରୁ ୧୦. ୩୦
ସକାଳଧୂପ ୧୧. ୩୦ରୁ ୧୨. ୩୦
ମଇଲମ ଅପରାହ୍ନ ୧ଟା
ମହାସ୍ନାନ ଓ ସର୍ବାଙ୍ଗ ୧. ୩୦
ବେଶ ଶେଷ ୨ଟା
ମଧ୍ୟାହ୍ନ ଧୂପ ୩. ୩୦ରୁ ୪. ୩୦
ଅଧରପଣା ନୀତି ଶେଷ ରାତ୍ର ୮ଟା
ମହାସ୍ନାନ ଶେଷ ୯ଟା
ମଇଲମ ଓ ବେଶ ୧୦ଟା
ସନ୍ଧ୍ୟା ଆଳତି ୧୦. ୩୦
ସନ୍ଧ୍ୟାଧୂପ ୧୧ରୁ ୧୨ଟା
ମଇଲମ ଓ ଚନ୍ଦନ ଲାଗି ୧୨.୩୦
ବଡସିଂହାର ବେଶ ୧ଟା
ବଡସିଂହାର ଭୋଗ ୧.୩୦
ରାତ୍ର ପହୁଡ଼ ୨ଟା


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?