ଆଜି ଅଧରପଣା

ପୁରୀ ଅଫିସ,୧୧ା: ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥାରୂଢ ଠାକୁରମାନଙ୍କୁ ଲାଗି ହେବ ଅଧର ପଣା। ମହାପ୍ରଭୁଙ୍କ ଅଧର ପର୍ଯ୍ୟନ୍ତ ମାଟି ହାଣ୍ଡିରେ ପଣା ରଖାଯାଇ ଭୋଗ କରାଯାଉଥିବାରୁ ଏହି ନୀତିକୁ ଅଧରପଣା ନୀତି କୁହାଯାଇଥାଏ। ତିନି ବାଡରେ ତିନି ରଥ ଉପରେ ତିନୋଟି ଲେଖାଏ ମୋଟ ୯ଟି ହାଣ୍ଡିରେ ପଣା ଭୋଗ କରାଯିବ। ତେବେ ପୂର୍ବରୁ ୧୨ ହାଣ୍ଡିରେ ଅଧରପଣା ହେଉଥିବା ଜଣାଯାଏ। ଆଗରୁ ତିନିଦିନ ଧରି ଅଧରପଣା ନୀତି ଅନୁଷ୍ଠିତ ହେଉଥିଲା। ତେବେ ବର୍ତ୍ତମାନ ତିନିରଥ ପାଇଁ କେବଳ ଗୋଟିଏ ଦିନରେ ସମୁଦାୟ ୯ ହାଣ୍ଡି ଅଧରପଣା ଭୋଗ ହେଉଛି। ରାଘବଦାସ ମଠ, ବଡ଼ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୩ଟି ଲେଖାଏ ଅଧରହାଣ୍ଡି ଓ ପଣା ସାମଗ୍ରୀ ଯୋଗାଇ ଦିଆଯାଇଥାଏ। ରଥ ଉପରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଅଧରପଣା ପ୍ରସ୍ତୁତି ଓ ନୀତି ଆରମ୍ଭ ହୋଇଥାଏ। ଛେନା, ସର, କଦଳୀ, ଛାଚି, ଗୋଲମରିଚ ଗୁଣ୍ଡ, କର୍ପୂର, ଜାଇଫଳ ପ୍ରଭୃତି ପଡି ଅଧରପଣା ପ୍ରସ୍ତୁତି ହୋଇଥାଏ। ନୀତି ପୂର୍ବରୁ ପାଣିଆ ଆପଟ ସେବକମାନେ ସିଂହଦ୍ୱାର ନିକଟରେ ଥିବା ଛାଉଣୀ ମଠ ସମ୍ମୁଖସ୍ଥ କର୍ପୂର ଗରାରେ ଜଳ କାଢି ରଥ ଉପରକୁ ବୋହି ନେଇ ବଡ଼ ପିତ୍ତଳ ହଣ୍ଡାରେ ରଖିଥାନ୍ତି। ପଣା ପ୍ରସ୍ତୁତ ହୋଇ ଅଧର ଚୁମ୍ବିତ ମାଟି ହାଣ୍ଡିଗୁଡିକରେ ରଖାଯାଇଥାଏ। ପରେ ପାଳିଆ ପୂଜାପଣ୍ଡା ସାମନ୍ତ ପଞ୍ଚଉପଚାରରେ ଦାରୁ ବିଗ୍ରହମାନଙ୍କୁ ଭୋଗ ଲଗାଇଥାନ୍ତି। ଭୋଗ ହେବା ପରେ ଠାକୁରମାନଙ୍କ ସମ୍ମୁଖରେ ପଣା ହାଣ୍ଡିଗୁଡିକୁ ଭାଙ୍ଗି ଦିଆଯାଇଥାଏ। ଜନଶ୍ରୁତିରୁ ଜଣାଯାଏ ତିନିରଥରେ ଠାକୁରଙ୍କ ସାଥିରେ ୩୩ କୋଟି ଦେବଦେବୀ, ପିଶାଚ, କିନ୍ନର, ନାଗ ଚଣ୍ଡୀ, ଚାମୁଣ୍ଡା, ଭୂତ, ପ୍ରେତ ଯାଇଥାନ୍ତି। ସେମାନେ ଏହି ପଣା ପିଇଲେ ମୋକ୍ଷ ପ୍ରାପ୍ତ ହୋଇଥାନ୍ତି। ତେଣୁ ଏହି ପଣାକୁ କାହାକୁ ଦିଆଯାଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri