Posted inଫୁରସତ

ଆଜି ଅକ୍ଷୟତୃତୀୟା: ଏପରି କଲେ ମିଳିବ ମା’ ଲକ୍ଷ୍ମୀଙ୍କ କୃପା

ଓଡ଼ିଶାରେ ୧୨ ମାସରେ ୧୩ ପର୍ବ ପାଳନ କରାଯାଇଥାଏ। ସେଥିମଧ୍ୟରୁ ଅକ୍ଷୟ ତୃତୀୟା ଅନ୍ୟତମ। ଅକ୍ଷୟ ତୃତୀୟା ପ୍ରତିବର୍ଷ ବୈଶାଖ ମାସ ଶୁକ୍ଳ ପକ୍ଷର ତୃତୀୟା ତିଥିରେ ପାଳନ କରାଯାଇଥାଏ। ପୌରାଣିକ ମତ ଅନୁସାରେ, ଏହା ହିନ୍ଦୁମାନଙ୍କର ଗୋଟିଏ ବଡ଼ ପର୍ବ। ଏହି ଦିନକୁ ଧନବୃଦ୍ଧି ଏବଂ ସୁଖ ସମୃଦ୍ଧିର ଦିନ କୁହାଯାଏ। ମାନ୍ୟତା ଅନୁସାରେ, ଏହି ଦିନକୁ ସବୁଠୁ ଶୁଭ ବୋଲି ବିବେଚନା କରାଯାଏ। ଏହି ଦିନ ଗୃହ ପ୍ରବେଶ, ବିବାହ, ବ୍ରତ ବ୍ୟବସାୟ ଆଦି ଶୁଭ କାମ ଆରମ୍ଭ ହୋଇଥାଏ। ବିଶେଷକରି ଚାଷବାସ ପାଇଁ ଅକ୍ଷୟ ତୃତୀୟା ସବୁଠୁ ଭଲ ଦିନ।

– ଅକ୍ଷୟତୃତୀୟାରେ ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଥାଏ। ବିଲରେ ଅଖିମୁଠି ଅନୁକୂଳ କରିଥାଏ। ଏହି ଦିନ ମା’ ଲକ୍ଷ୍ମୀଙ୍କର ବିଶେଷ ପୂଜା କରାଯାଇ ଗୃହର ମୁଖ୍ୟ ଦ୍ୱାର ସମ୍ମୁଖରେ ଅକ୍ଷୟ ଘଟ ସ୍ଥାପନ କରାଯାଏ l ଏପରି କରିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ କୃପା ଲାଭ ହୋଇଥାଏ।

– ଅକ୍ଷୟତୃତୀୟାରେ ୧୧ଟି ଧଳା କଉଡ଼ି ନେଇ ଗୋଟିଏ ନାଲି ରଙ୍ଗର କପଡ଼ାରେ ବାନ୍ଧି ମା’ ଲକ୍ଷ୍ମୀଙ୍କୁ ସମର୍ପଣ କରନ୍ତୁ। ଏପରି କରିବା ଘର ଧନଧାନ୍ୟରେ ପୂର୍ଣ୍ଣ ହୋଇଥାଏ।

– ଏହିଦିନ ମା’ ଲକ୍ଷ୍ମୀଙ୍କୁ ନଡ଼ିଆ ଭୋଗ ଲଗାନ୍ତୁ। ମା’ଙ୍କ ଶୁଭଦୃଷ୍ଟି ଆପଣଙ୍କ ଘର ପ୍ରତି ରହିବ।

– ଅକ୍ଷୟତୃତୀୟା ଦିନ କିଛି ଗରିବ ଏବଂ ଭିକାରିଙ୍କୁ ଖାଦ୍ୟ ଓ ବସ୍ତ୍ର ପ୍ରଦାନ କରନ୍ତୁ। ମା’ଙ୍କ କୃପାଦୃଷ୍ଟି ଆପଣଙ୍କ ପ୍ରତି ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri