ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ

ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୨୧ ଇନ୍ସପେକ୍ଟର, ୭୧ ଏସ୍‌ଆଇ ଏବଂ ଏଏସ୍‌ଆଇ, ୯୨ ହାବିଲଦାର ଓ କନଷ୍ଟେବଲ, ୧୦ ଟ୍ରାଫିକ କନଷ୍ଟେବଲ୍‌, ୨୫୦ ଜଣ ଗୃହରକ୍ଷୀଙ୍କ ସମେତ ୨୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।

ଶ୍ରୀରାଧା ଠାକୁରାଣୀଙ୍କ ସମ୍ପର୍କରେ ଏକ ରୋଚକ ପୌରାଣିକ କିମ୍ବଦନ୍ତୀ ତଥା ଲୋକକଥା ଶୁଣିବାକୁ ମିଳେ। ମନ୍ଦିରର ବଡ଼ପଣ୍ଡା ସ୍ବର୍ଗତ ବେଲେଶ୍ୱର ମହାପାତ୍ରଙ୍କ କନ୍ୟା ଶ୍ରୀରାଧା ବୋଲି କୁହାଯାଏ। ରାଧା ରୂପରେ ସେ ବଡ଼ପଣ୍ଡାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ, ତାଙ୍କର ପ୍ରକୃତ ନାମ ଥିଲା ଲକ୍ଷ୍ମୀ। ସେ ବୃନ୍ଦାବନରୁ ସାକ୍ଷୀ ଦେବାକୁ ଆସି ଘଟଣା କ୍ରମେ ସତ୍ୟବାଦୀର ଫୁଲଅଳସା ଗ୍ରାମରେ ପୂଜା ପାଉଥିବା ସାକ୍ଷୀଗୋପାଳ ଠାକୁରଙ୍କ ସହ ଭକ୍ତିଭାବରେ ବାନ୍ଧି ହୋଇଯାଇଥିଲେ। ଉଭୟ ଉଭୟଙ୍କ ପ୍ରତି ଆକର୍ଷିତ ହୋଇଥିଲେ। ସାକ୍ଷୀଗୋପାଳ ନିଶାର୍ଦ୍ଧରେ ଲକ୍ଷ୍ମୀଙ୍କ ଶୟନ କକ୍ଷରେ କେତେବେଳେ ନୂପୁର ତ ଆଉ କେତେବେଳେ ଦୋଶଡ଼ା ଛାଡ଼ି ଆସୁଥିଲେ। ଏକଦା ସେ ସୁବର୍ଣ୍ଣ ବଂଶୀ ଛାଡ଼ି ଆସିବା ପରେ ଏ କଥା ରାଜାଙ୍କୁ ବଡ଼ପଣ୍ଡା ଜଣାଇଥିଲେ। ମାତ୍ର ପଣ୍ଡା ବଂଶୀ ଚୋରି କରିଥିବା ରାଜା ସନ୍ଦେହ କରିବାରୁ ତାଙ୍କୁ ଠାକୁର ସମସ୍ତ ବୃତ୍ତାନ୍ତ କହିବା ସହ ଲକ୍ଷ୍ମୀ ପରି ଅବିକଳ ପ୍ରତିମା ନିର୍ମାଣ କରି ରାଧା ରୂପରେ ପ୍ରତିଷ୍ଠା କରିବାକୁ ସ୍ବାପ୍ନାଦେଶ ଦେଇଥିଲେ। ତେବେ ପ୍ରତିମା ପ୍ରତିଷ୍ଠା ଦିବସରେ ଲକ୍ଷ୍ମୀଙ୍କ ଦେହାନ୍ତ ହୋଇଯାଇଥିଲା। ଓଡ଼ିଆ ଘର ସେବକ ପରିବାରର କନ୍ୟା ଭାବେ ସାକ୍ଷୀଗୋପାଳଙ୍କ ବାମ ପାର୍ଶ୍ୱରେ ରତ୍ନସିଂହାସନରେ ଶ୍ରୀରାଧା ସ୍ଥାପିତ ହୋଇଛନ୍ତି। ବର୍ଷସାରା ଶ୍ରୀରାଧା ଠାକୁରାଣୀ ଉତ୍ତର ଭାରତ ନାରୀ ସଦୃଶ ବେଶ ଧାରଣ କରୁଥିବାବେଳେ ଅଁଳାନବମୀରେ ପୂର୍ବକାଳରେ ଓଡ଼ିଆ ଘର ବୋହୂମାନେ ପରିଧାନ କରୁଥିବା ଭଳି ପାଟଶାଢି କାଣିଆକଚ୍ଛା ମାରି ପିନ୍ଧିଥାନ୍ତି। ତାଙ୍କୁ ପାଦପଦ୍ମ, ପାଉଁଜି, ଝୁଣ୍ଟିଆ, ପାହୁଡ଼, ବାଙ୍କି, ଚନ୍ଦ୍ରହାର ଶିକୁଳି, ବେଙ୍ଗପାଟିଆ, ତାବିଜ, ଅଁଳାମାଳ, ପୋହଳାମାଳ, ଚାପସରି, ପଣସକଣ୍ଟା ଖଡୁ, ବାହୁଟି, ବଟଫଳ ମାଳ, ଦ୍ରାବିଡ଼ଚନ୍ଦ୍ର, ମୟୁରସା ଗୁଣା, ନୁଥ, ସେତିହାର, ପୋହଳାହାର, ଡେଉଁରିଆ ମାଳ, କିରିଟି ଆଦି ପାରମ୍ପରିକ ସୁବର୍ଣ୍ଣ ଗହଣା ଲାଗି କରାଯିବ। ଫୁଲହାର, ଅଁଳାଫଳ ମାଳ, ଦୁବ, ଅରୁଆ ଚାଉଳ ସହିତ କଜଳ, ସିନ୍ଦୁର, ଅଳତା ଓ ଚନ୍ଦନପାଟି ଲାଗି କରାଯାଏ। ସେହିପରି ଅଁଳାନବମୀରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ ନୃତ୍ୟରତ ଭଙ୍ଗୀରେ ଦର୍ଶନ ଦେଇଥାନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri