ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ

ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍‌ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୨୧ ଇନ୍ସପେକ୍ଟର, ୭୧ ଏସ୍‌ଆଇ ଏବଂ ଏଏସ୍‌ଆଇ, ୯୨ ହାବିଲଦାର ଓ କନଷ୍ଟେବଲ, ୧୦ ଟ୍ରାଫିକ କନଷ୍ଟେବଲ୍‌, ୨୫୦ ଜଣ ଗୃହରକ୍ଷୀଙ୍କ ସମେତ ୨୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।

ଶ୍ରୀରାଧା ଠାକୁରାଣୀଙ୍କ ସମ୍ପର୍କରେ ଏକ ରୋଚକ ପୌରାଣିକ କିମ୍ବଦନ୍ତୀ ତଥା ଲୋକକଥା ଶୁଣିବାକୁ ମିଳେ। ମନ୍ଦିରର ବଡ଼ପଣ୍ଡା ସ୍ବର୍ଗତ ବେଲେଶ୍ୱର ମହାପାତ୍ରଙ୍କ କନ୍ୟା ଶ୍ରୀରାଧା ବୋଲି କୁହାଯାଏ। ରାଧା ରୂପରେ ସେ ବଡ଼ପଣ୍ଡାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ, ତାଙ୍କର ପ୍ରକୃତ ନାମ ଥିଲା ଲକ୍ଷ୍ମୀ। ସେ ବୃନ୍ଦାବନରୁ ସାକ୍ଷୀ ଦେବାକୁ ଆସି ଘଟଣା କ୍ରମେ ସତ୍ୟବାଦୀର ଫୁଲଅଳସା ଗ୍ରାମରେ ପୂଜା ପାଉଥିବା ସାକ୍ଷୀଗୋପାଳ ଠାକୁରଙ୍କ ସହ ଭକ୍ତିଭାବରେ ବାନ୍ଧି ହୋଇଯାଇଥିଲେ। ଉଭୟ ଉଭୟଙ୍କ ପ୍ରତି ଆକର୍ଷିତ ହୋଇଥିଲେ। ସାକ୍ଷୀଗୋପାଳ ନିଶାର୍ଦ୍ଧରେ ଲକ୍ଷ୍ମୀଙ୍କ ଶୟନ କକ୍ଷରେ କେତେବେଳେ ନୂପୁର ତ ଆଉ କେତେବେଳେ ଦୋଶଡ଼ା ଛାଡ଼ି ଆସୁଥିଲେ। ଏକଦା ସେ ସୁବର୍ଣ୍ଣ ବଂଶୀ ଛାଡ଼ି ଆସିବା ପରେ ଏ କଥା ରାଜାଙ୍କୁ ବଡ଼ପଣ୍ଡା ଜଣାଇଥିଲେ। ମାତ୍ର ପଣ୍ଡା ବଂଶୀ ଚୋରି କରିଥିବା ରାଜା ସନ୍ଦେହ କରିବାରୁ ତାଙ୍କୁ ଠାକୁର ସମସ୍ତ ବୃତ୍ତାନ୍ତ କହିବା ସହ ଲକ୍ଷ୍ମୀ ପରି ଅବିକଳ ପ୍ରତିମା ନିର୍ମାଣ କରି ରାଧା ରୂପରେ ପ୍ରତିଷ୍ଠା କରିବାକୁ ସ୍ବାପ୍ନାଦେଶ ଦେଇଥିଲେ। ତେବେ ପ୍ରତିମା ପ୍ରତିଷ୍ଠା ଦିବସରେ ଲକ୍ଷ୍ମୀଙ୍କ ଦେହାନ୍ତ ହୋଇଯାଇଥିଲା। ଓଡ଼ିଆ ଘର ସେବକ ପରିବାରର କନ୍ୟା ଭାବେ ସାକ୍ଷୀଗୋପାଳଙ୍କ ବାମ ପାର୍ଶ୍ୱରେ ରତ୍ନସିଂହାସନରେ ଶ୍ରୀରାଧା ସ୍ଥାପିତ ହୋଇଛନ୍ତି। ବର୍ଷସାରା ଶ୍ରୀରାଧା ଠାକୁରାଣୀ ଉତ୍ତର ଭାରତ ନାରୀ ସଦୃଶ ବେଶ ଧାରଣ କରୁଥିବାବେଳେ ଅଁଳାନବମୀରେ ପୂର୍ବକାଳରେ ଓଡ଼ିଆ ଘର ବୋହୂମାନେ ପରିଧାନ କରୁଥିବା ଭଳି ପାଟଶାଢି କାଣିଆକଚ୍ଛା ମାରି ପିନ୍ଧିଥାନ୍ତି। ତାଙ୍କୁ ପାଦପଦ୍ମ, ପାଉଁଜି, ଝୁଣ୍ଟିଆ, ପାହୁଡ଼, ବାଙ୍କି, ଚନ୍ଦ୍ରହାର ଶିକୁଳି, ବେଙ୍ଗପାଟିଆ, ତାବିଜ, ଅଁଳାମାଳ, ପୋହଳାମାଳ, ଚାପସରି, ପଣସକଣ୍ଟା ଖଡୁ, ବାହୁଟି, ବଟଫଳ ମାଳ, ଦ୍ରାବିଡ଼ଚନ୍ଦ୍ର, ମୟୁରସା ଗୁଣା, ନୁଥ, ସେତିହାର, ପୋହଳାହାର, ଡେଉଁରିଆ ମାଳ, କିରିଟି ଆଦି ପାରମ୍ପରିକ ସୁବର୍ଣ୍ଣ ଗହଣା ଲାଗି କରାଯିବ। ଫୁଲହାର, ଅଁଳାଫଳ ମାଳ, ଦୁବ, ଅରୁଆ ଚାଉଳ ସହିତ କଜଳ, ସିନ୍ଦୁର, ଅଳତା ଓ ଚନ୍ଦନପାଟି ଲାଗି କରାଯାଏ। ସେହିପରି ଅଁଳାନବମୀରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ ନୃତ୍ୟରତ ଭଙ୍ଗୀରେ ଦର୍ଶନ ଦେଇଥାନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri