ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର ହୋଇଛି। ଏଥିପାଇଁ ଖୁବ୍‌ ସଜେଇ ହୋଇଛି ରାଜଧାନୀ। ସରକାରୀ କୋଠାଗୁଡ଼ିକ ଆଲୋକମାଳାରେ ବେଶ୍‌ ସଜେଇ ହୋଇଛି।  ଏହି ଅବସରରେ ୧୩ ଏବଂ ୧୪ରେ ରଙ୍ଗାରଙ୍ଗ ପରେଡ୍ ଓ ସାଧାରଣ ସଭା ଅନୁଷ୍ଠିତ ହେବ। ଲୋକସେବା ଭବନଠୁ ଆରମ୍ଭ କରି ବିଧାନସଭା ସୌଧ, ଲୋକ ଭବନ ପର୍ଯ୍ୟନ୍ତ ଝଲସି ଉଠୁଛି।

୧୯୪୮ ମସିହା ଏପ୍ରିଲ ୧୩ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ କଟକକୁ ବଦଳାଇ ରାଜଧାନୀ ଭୁବନେଶ୍ୱରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ସହରକୁ ଜର୍ମାନ ଆର୍କିଟେକ୍‌ ଓଟୋ କୋନିଗସବର୍ଗରଙ୍କ ଦ୍ୱାରା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ସହିତ ଆଧୁନିକ ସହର ଯୋଜନାକୁ ମିଶ୍ରଣ କରିବାର ଦୃଷ୍ଟିକୋଣ ସହିତ ଡିଜାଇନ୍ କରାଯାଇଥିଲା।  ୨୦୦୦ ବର୍ଷରୁ ଅଧିକ ପୁରୁଣା ଐତିହାସିକ ସ୍ଥାନ ଭୁବନେଶ୍ୱର। ଏହାକୁ ମନ୍ଦିରମାଳିନୀ ନଗର କୁହାଯାଏ।  ଏହା ସହିତ ବହୁ ପରିମାଣର ଆମ୍ର (ଆମ୍ବ) ବୃକ୍ଷ ରହିଥିବାରୁ ଭୁବନେଶ୍ୱର ଏକାମ୍ର କ୍ଷେତ୍ର ନାମରେ ମଧ୍ୟ ଜଣାଶୁଣା। ୧୯୯୦ ମସିହା ପରେ ରାଜଧାନୀ ଭାବେ ସମ୍ପୂର୍ଣ୍ଣ ରୂପରେ କାର୍ଯ୍ୟକ୍ଷମ ହୋଇଥିଲା ଭୁବନେଶ୍ୱର। ଏବେ ସହରରେ ରୂପରେଖ ବଦଳି ଯାଇଛି। ଦେଶର କୋଣ ଅନୁକୋଣରୁ ଭୁବନେଶ୍ୱର ସହର ସଡ଼କ, ରେଳ, ଆକାଶ ପଥ  ସହ ଯୋଡ଼ିହୋଇଛି। ୨୦୧୪ରେ ଭୁବନେଶ୍ୱର ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri