ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଦଳୀୟ କର୍ମୀ ଓ ନେତା ସଂକଳ୍ପ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ତିରୋଧାନ ଦିବସରେ ବିଜେଡିର ସାମାଜିକ ଦାୟିତ୍ୱ ଓ ପ୍ରତିବଦ୍ଧତା ଦୃଷ୍ଟିରୁ ପ୍ରତ୍ୟେକ ଜିଲା ତଥା ନିର୍ବାଚନମଣ୍ଡଳୀରେ ଓଡ଼ିଶା ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ସମୂହ ରକ୍ତଦାନ ଶିବିର କରାଯିବ, ଯାହାକି ୧୫ ଦିନ ଧରି ଚାଲିବ । ପ୍ରଥମ ଦିନରେ ୧୦ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି । ଶ୍ରାଦ୍ଧ ଦିବସରେ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ସକାଳ ୬ଟା ୩୦ ମିନିଟରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରି, ସମୂହ ସଫେଇ ଅଭିଯାନ, ୮ଟା ୩୦ରେ ବିଜୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତିସଭା ଓ ଅପରାହ୍ନ ୫ଟାରେ ଦୀପଦାନ ସହ ସମୂହ ସଂକଳ୍ପ ନେବାକୁ ବିଜେଡି ପକ୍ଷରୁ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri