ଆଜି ବିଷୁବ ମିଳନ, ରାୟଗଡ଼ା ଉତ୍ସବମୁଖର

ରାୟଗଡ଼ା,୧୪।୪(ସ୍ବ.ପ୍ର.): ରାୟଗଡ଼ାରେ ଓଡ଼ିଆ ନବବର୍ଷ ଧୁମଧାମରେ ପାଳନ କରାଯିବ। ନୂଆବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏଠାରେ ଓଲିଉଡ୍‌ କଳାକାରଙ୍କ ସମେତ ରାଜ୍ୟର ଅନେକ ନାମୀ ଗାୟକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସ୍ଥାନୀୟ ତେଜସ୍ବୀ ପଡିଆରେ ବିଷୁବ ମିଳନ କରାଯିବ। ଶୁକ୍ରବାର ସନ୍ଧ୍ୟା ୬ ରୁ ରାତି ୧୦ ପର୍ଯ୍ୟନ୍ତ ଓଲିଉଡ୍‌ ଓ ବଲିଉଡ୍‌ ଗାୟିକା, ଗାୟକମାନେ ଦର୍ଶକଙ୍କ ମନ ମୋହିବେ।
୧୪ ତାରିଖ ସକାଳୁ ପଞ୍ଜିକା ପଠନ, ସନ୍ଧ୍ୟାରେ ପଣା ସେବନ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଓଡ଼ିଆ ଭଜନ ଗାୟିକା ମାନସୀ ପାତ୍ର, ଭଜନ ଗାୟକ ରବିନାରାୟଣ ଦାସ, ବଲିଉଡ୍‌ ଗାୟକ ଅର୍ଶ ମହମ୍ମଦ, ଓଲିଉଡ୍‌ ଗାୟିକା ଦୀପ୍ତି ରେଖା ପାଢ଼ୀ, ଗାୟକ ତାରିକ ଅଜିଜ୍‌ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ବିଷୁବମିଳନ ଉତ୍ସବ କମିଟି ପକ୍ଷରୁ ଏହାର ଆୟୋଜନ କରାଯାଇଛି। ସମସ୍ତ ଲୋକଙ୍କୁ ପଣା ସହ ଅନ୍ନ ପ୍ରସାଦ ବଣ୍ଟନ କରାଯିବ। ମା’ ମଝିଘରିଆଣୀ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ରାଇସିଂ ବିଡିକା ଆବାହକ ରହିଥିବାବେଳେ ପୌରାଧ୍ୟକ୍ଷ ପି. ମହେଶ ପଟ୍ଟନାୟକ, ବିନାୟକ କର, ଅମିୟ ସ୍ବାଇଁ, ଚନ୍ଦ୍ରକାନ୍ତ ସାମଲ, ଏମ୍‌. ଗଙ୍ଗାଧର, ଅବିନାଶ ବିଷୋୟୀ, ଅଜୟ ମହାରଣା, ଜୟନ୍ତୀ ମହାରଣା, ଶ୍ରୀକାନ୍ତ ଚୌଧୁରୀ, ପ୍ରବୀଣ କୁମାର, ଜିତେନ୍ଦ୍ର ରେଡ୍ଡୀ, କାଉନସିଲର ସନ୍ତୋଷ ଦଳାଇ, ସରମିତା ପାଢ଼ୀ, ପି. ରୋଜା, ଗୋପୀନାଥ ଗୌଡ଼, ସୁକାନ୍ତ ପରିଡ଼ା ପ୍ରମୁଖ ସମସ୍ତ କାର୍ଯ୍ୟ ପରିଚଳନା କରିବେ। ସ୍ଥାନୀୟ ଅଶୋକ ମଣ୍ଡପ ଏବଂ ଜିସିଡି ପଡ଼ିଆରେ ମଧ୍ୟ ବିଷୁବ ମିଳନ ପାଳନ ହେଉଛି। ସେଥପାଇଁ ଆୟୋଜନ ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?