Posted inରାଜ୍ୟ

ଆଜି ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ, କର୍ମୀମାନଙ୍କୁ ମନ୍ତ୍ର ଦେବେ ନବୀନ

ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଶଙ୍ଖ ଭବନରେ ଅନୁଷ୍ଠିତ ହେବ। ଏଥିରେ ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତା ଓ କର୍ମୀମାନଙ୍କୁ ସମ୍ବୋଧନ କରିବେ। ରାଜ୍ୟ କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟା, ସଦସ୍ୟଙ୍କ ସହ ସମସ୍ତ ବିଧାୟକ, ଏମ୍‌ପି, ରାଜ୍ୟ ଛାମୁଆ ସଙ୍ଗଠନର ସଭାପତି ଏବଂ ଆମନ୍ତ୍ରିତ ସାଙ୍ଗଠନିକ କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସର୍ବଭାରତୀୟ ସ୍ତରରେ ଏକ ପ୍ରମୁଖ ଆଞ୍ଚଳିକ ଦଳ ପାଲଟିଥିବା ବିଜେଡିର ୨୬ତମ ପୂର୍ତ୍ତି ଏବଂ ୨୭ତମ ପ୍ରତିଷ୍ଠା ଦିବସ ଆସନ୍ତା ୨୬ ଡିସେମ୍ବରରେ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ ପୌରାଞ୍ଚଳରେ ପାଳନ ପାଇଁ ଦଳର ସଭାପତି ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଷ୍ଠା ଦିବସ ପାଳନରେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତାର ସ୍ମାରକୀ ସ୍ବରୂପ ବିଭିନ୍ନ ସ୍ଥାନରେ ରକ୍ତଦାନ, ବୃକ୍ଷରୋପଣ ଭଳି କେତେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri