ଆଜି ଅଣସର ପିଣ୍ଡିରୁ ଚକାକୁ ବିଜେ କରିବେ ମହାପ୍ରଭୁ

ପୁରୀ,୨୦ା୬(ଅଜିତ୍‌ କୁମାର ମହାନ୍ତି): ଅଣସର ଗୃହରେ ଶୁକ୍ରବାର ମହାପ୍ରଭୁଙ୍କ ଚକାବିଜେ ନୀତି ଅନୁଷ୍ଠିତ ହେବ। ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରା ଅଣସର ପିଣ୍ଡିରୁ ଚକାକୁ ବିଜେ କରିବେ। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ।

ସୂଚନାଯୋଗ୍ୟ, ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିରେ ଗୁପ୍ତସେବା ଜାରି ରହିଛି। ପରମ୍ପରା ଅନୁଯାୟୀ, ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି ହୋଇଥିଲା। ଷଷ୍ଠୀରୁ ନବମୀ ଯାଏ ଠାକୁରଙ୍କୁ ଓଷୁଅ ଲାଗି କରାଯାଇଥିଲା। ଦଶମୀ ତିଥିରେ ଅସୁସ୍ଥ ଥିବା ଶ୍ରୀବିଗ୍ରହ ସାମାନ୍ୟ ସୁସ୍ଥ ଅନୁଭବ କରିଥିବାରୁ ଚକାବିକେ ନୀତି ଅନୁଷ୍ଠିତ ହେବ।

ଦଇତାପତି ସେବକମାନେ ବଳଭଦ୍ର, ଜଗନ୍ନାଥ ଓ ସୁଭଦ୍ରାଙ୍କୁ ଅଣସର ପିଣ୍ଡିରୁ ଚକାକୁ ବିଜେ କରାଇବେ। ସେହିପରି ଦଶମୀ ତିଥି ଅବସରରେ ବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ପ୍ରସ୍ତୁତ କରାଯାଇ ଶ୍ରୀବିଗ୍ରହଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ପଠାଯିବ। ଉକ୍ତ ଦଶମୂଳ ଏକାଦଶୀ ତିଥିରେ ମହାପ୍ରଭୁ ଲାଗିହେବେ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୁଅନ୍ତି ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri