ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..

ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏବେ ଆଗଧାଡ଼ିର ଅଭିନେତ୍ରୀ ପାଲଟିଥିବା ଦେବୋଲିନାଙ୍କ ନାମ ପୂର୍ବରୁ ଏକାଧିକ ବିବାଦରେ ଆସିଛି। ୨୦୧୮ରେ ବମ୍ବେର ଜଣେ ହୀରା ବ୍ୟବସାୟୀ ରାଜେଶ୍ୱର ଉଦାନୀଙ୍କ ମୃତଦେହ ଏକ ଜଙ୍ଗଲରୁ ମିଳିଥିଲା। ଏହି ଘଟଣାରେ ପୋଲିସ ଦେବୋଲିନାଙ୍କୁ ଗିରଫ କରିଥିଲା। ବ୍ୟବସାୟୀଙ୍କ ସହ କଥା ହୋଇଥିବା କିଛି ଲୋକଙ୍କ ମଧ୍ୟରୁ ଦେବୋଲିନା ଜଣେ ବୋଲି ପୋଲିସ କହିଥିଲା। ପରେ ତାଙ୍କୁ ପଚରାଉଚରା କରି ପୋଲିସ ଛାଡ଼ି ଦେଇଥିଲା।

ଏହାଛଡ଼ା ଦେବୋଲିନା ସହ କଳାକାର ଉତ୍କର୍ଷା ନାଇକଙ୍କ ଉପରେ ଅଭିଯୋଗ କରିବାକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ଉତ୍କର୍ଷା ତାଙ୍କ କୁକୁର ଜୁଗ୍‌ନୁଙ୍କୁ ଚୋରି କରିନେଇଥିବା ସେ ଅଭିଯୋଗ କରିଥିଲେ। ଏହାକୁ ନେଇ ସେ ପେଟାର ଦ୍ୱାରସ୍ତ ହୋଇଥିଲେ।

କହିରଖୁଛୁ, ୨୦୧୦ରେ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ ରିଆଲିଟି ଶୋ ଜରିଆରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ ଦେବୋଲିନା। ୨୦୧୧ରେ ସେ ‘ସବାରେ ସବକେ ସପନେ ପ୍ରିତୋ’ ସିରିୟଲରେ କାମ କରିଥିଲେ। ଏଥିରେ ତାଙ୍କର ଭୂମିକାର ନାମ ଥିଲା ବାନି। ୨୦୧୨-୧୭ ପର୍ଯ୍ୟନ୍ତ ସାଥ ନିଭାନା ସାଥିୟାରେ ଗୋପି ବୋହୁ ଭୂମିକାରେ ନଜର ଆସିଥିଲେ ସେ। ଶେଷଥର ପାଇଁ ତାଙ୍କୁ ବିଗ୍‌ବସ୍‌ ସିଜ୍‌ ୧୩ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri