ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..

ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏବେ ଆଗଧାଡ଼ିର ଅଭିନେତ୍ରୀ ପାଲଟିଥିବା ଦେବୋଲିନାଙ୍କ ନାମ ପୂର୍ବରୁ ଏକାଧିକ ବିବାଦରେ ଆସିଛି। ୨୦୧୮ରେ ବମ୍ବେର ଜଣେ ହୀରା ବ୍ୟବସାୟୀ ରାଜେଶ୍ୱର ଉଦାନୀଙ୍କ ମୃତଦେହ ଏକ ଜଙ୍ଗଲରୁ ମିଳିଥିଲା। ଏହି ଘଟଣାରେ ପୋଲିସ ଦେବୋଲିନାଙ୍କୁ ଗିରଫ କରିଥିଲା। ବ୍ୟବସାୟୀଙ୍କ ସହ କଥା ହୋଇଥିବା କିଛି ଲୋକଙ୍କ ମଧ୍ୟରୁ ଦେବୋଲିନା ଜଣେ ବୋଲି ପୋଲିସ କହିଥିଲା। ପରେ ତାଙ୍କୁ ପଚରାଉଚରା କରି ପୋଲିସ ଛାଡ଼ି ଦେଇଥିଲା।

ଏହାଛଡ଼ା ଦେବୋଲିନା ସହ କଳାକାର ଉତ୍କର୍ଷା ନାଇକଙ୍କ ଉପରେ ଅଭିଯୋଗ କରିବାକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ଉତ୍କର୍ଷା ତାଙ୍କ କୁକୁର ଜୁଗ୍‌ନୁଙ୍କୁ ଚୋରି କରିନେଇଥିବା ସେ ଅଭିଯୋଗ କରିଥିଲେ। ଏହାକୁ ନେଇ ସେ ପେଟାର ଦ୍ୱାରସ୍ତ ହୋଇଥିଲେ।

କହିରଖୁଛୁ, ୨୦୧୦ରେ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ ରିଆଲିଟି ଶୋ ଜରିଆରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ ଦେବୋଲିନା। ୨୦୧୧ରେ ସେ ‘ସବାରେ ସବକେ ସପନେ ପ୍ରିତୋ’ ସିରିୟଲରେ କାମ କରିଥିଲେ। ଏଥିରେ ତାଙ୍କର ଭୂମିକାର ନାମ ଥିଲା ବାନି। ୨୦୧୨-୧୭ ପର୍ଯ୍ୟନ୍ତ ସାଥ ନିଭାନା ସାଥିୟାରେ ଗୋପି ବୋହୁ ଭୂମିକାରେ ନଜର ଆସିଥିଲେ ସେ। ଶେଷଥର ପାଇଁ ତାଙ୍କୁ ବିଗ୍‌ବସ୍‌ ସିଜ୍‌ ୧୩ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri