ଦୋଳ ପୂର୍ଣ୍ଣିମା: ଗାଁଠୁ ସହର ସବୁଠି ଉତ୍ସବମୁଖର

ବାଲିଗୁଡ଼ା,୧୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ଦୋଳ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଫାଲଗୁନ ମାସ ଶୁକ୍ଳପକ୍ଷ ଫଗୁ ଦଶମୀ ତିଥିରୁ ଓଡ଼ିଶାରେ ଆରମ୍ଭ ହୋଇଥାଏ ଦୋଳ ପର୍ବ। ଏହି ଅବସରରେ ବାଲିଗଡ଼ା ଶ୍ରୀଜଗନ୍ନାଥ ମନ୍ଦିର ପରିସରରୁ ଦୋଳ ଗୋବିନ୍ଦଙ୍କ ଯାତ୍ରା ଏବଂ ଗ୍ରାମ ପରିକ୍ରମା ଆରମ୍ଭ ହୋଇଥିଲା।

ରାଧାକୃଷ୍ଣଙ୍କର ଯୁଗଳ ମୁର୍ତ୍ତି ଝୁଲଣ ମଣ୍ଡପରେ ଦୋଳି ଝୁଲିବା ସହ ସୁସଜ୍ଜିତ ବିମାନର ବିଜେ କରିଥିଲେ। ରାଧାକୃଷ୍ଣ ବିମାନରେ ବିରାଜମାନ କରି ପ୍ରତି ସାହି ପରିକ୍ରମା କରି ଘରେ ଘରେ ଭୋଗ ଖାଇଥାନ୍ତି। ଶନିବାର ପାଳିତ ହେବ ରଙ୍ଗର ପର୍ବ ହୋଲି । ଆଜି ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ପନ୍ନ ହୋଇଛି ଦୋଳ ପୂର୍ଣ୍ଣିମା। ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ଓ ରାଧାକୃଷ୍ଣ ମନ୍ଦିରରେ ପାରମ୍ପରିକ ଭାବେ ଦୋଳ ଉତ୍ସବ ପାଳନ ହୋଇଯାଇଛି।

ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ନୀତି ନିର୍ଘଣ୍ଟ ଅନୁଯାୟୀ ଦୋଳ ବେଦୀକୁ ବିଜେ କରିବା ସହ ଫଗୁ ଅବିର ଖେଳିଥିଲେ । ଏଥିପାଇଁ ଶ୍ରୀଜଗନ୍ନାଥ ଓ ରାଧାକୃଷ୍ଣ ମନ୍ଦିରରେ ଶହଶହ ଶ୍ରଦ୍ଧାଳୁ ଭିଡ ଜମାଇ ନିଜ ନିଜ ଭିତରେ ମଧ୍ୟ ଫଗୁ ଅବିର ଖେଳିଥିଲେ। ଶୃଙ୍ଖଳିତ ଦର୍ଶନ ଲାଗି ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri