ଆଜି ପହିଲି ରଜ: ସବୁଠି ପିଠା ମିଠାର ଆସର

ଆଜି ପହିଲି ରଜ। ରଜପର୍ବକୁ ନେଇ ଗାଁରୁ ସହର ସବୁଠି ଉତ୍ସବମୁଖର । ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠା ମିଠାର ଆସର । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ ବଡ ଆକର୍ଷଣ ସୃଷ୍ଟି କରିଥାଏ । ରଜ ତିନିଦିନ ମଧ୍ୟରୁ ପ୍ରଥମ ଦିନରେ ପହିଲି ରଜ । ଝିଅମାନେ ନୂତନ ବସ୍ତ୍ର ପରିଧାନ କରି ପିଠା ଖାଇ, ଦୋଳି ଖେଳି ବେଶ୍ ଆଗ୍ରହର ସହକାରେ ମନାଇଥାନ୍ତି ରଜକୁ । ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ରଜ ଅବସରରେ ରଜ ମହୋତ୍ସବ ଆୟୋଜନ ହେଉଛି । ଦୋଳି ଖେଳ ସହିତ ପାରମ୍ପରିକ ନୃତ୍ୟ ଗୀତର ପ୍ରତିଯୋଗିତା ମଧ୍ୟ ହେଉଛି । ୩ ଦିନ ଧରି ପାଳନ ହେଉଥିବା ରଜ ଉତ୍ସବକୁ ନେଇ ସବୁଠି ଉତ୍ସବର ପରିବେଶ ଦେଖିବାକୁ ମିଳିଛି । ରଜ ଅବସରରେ ମିଠା ପାନର ପସରା ସବୁଠି ଦେଖିବାକୁ ମିଳିଛି । ବିଶେଷ କରି ଭଳି କି ଭଳି ମିଠା ମସଲା ଯୁକ୍ତ ପାନ, ରଜର ଆକର୍ଷଣକୁ ଅଧିକ ବଢାଇ ଦେଇଥାଏ ।

ରଜ ତିନିଦିନ ଧରଣୀ ମାଆକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ-ଖନନ ବାରଣ କରାଯାଏ। ଆଷାଢ଼ର ପହିଲି ବର୍ଷାରେ ମାଟି ମା’ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ। ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ। ଏହି ୩ ଦିନ ମାଟି ମା’ ରଜସ୍ୱଳା ହୋଇଥିବାରୁ ଧରଣୀ ମା’କୁ କଷ୍ଟ ନଦେଇ ଭୂମି ବିଶ୍ରାମ ଦିଆଯିବାର ପରମ୍ପରା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri