ଆଜି ହେରାପଞ୍ଚମୀ

ପୁରୀ,୧୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଗୁରୁବାର ଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହେବ। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହେବ। ରୁକ୍ମିଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହିତ ମା’ ମହାଲକ୍ଷ୍ମୀ ବା ଶ୍ରୀଦେବୀଙ୍କ ବିବାହ ସମ୍ପନ୍ନ ହୋଇଥିଲା। ବିବାହ ପରେ ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଶ୍ରୀମନ୍ଦିର ସ୍ନାନମଣ୍ଡପରେ ୧୦୮ ଗରା ସୁବାସିିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହେଲେ। ଅଣସର ଘରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଭଉଣୀ, ଭାଇଙ୍କୁ ସାଥିରେ ନେଇ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଆଡ଼ପ ମଣ୍ଡପ ବା ଜନ୍ମବେଦିରେ ଅବସ୍ଥାନ କରିଛନ୍ତି। ମହାପ୍ରଭୁ ନବବିବାହିତା ମା’ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନେଇ ନ ଥିବାରୁ ସେ ଅଭିମାନ କରିବେ। ମହାପ୍ରଭୁଙ୍କୁ ଫେରାଇ ଆଣିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ବିଜେ କରିବେ। ମହାପ୍ରଭୁ ଠାକୁରାଣୀଙ୍କୁ ଦର୍ଶନ ଦେବେ, କିନ୍ତୁ ତାଙ୍କ ସହ ଶ୍ରୀମନ୍ଦିରକୁ ଫେରିବେ ନାହିଁ। ଗୁରୁବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ଆଳତି ପରେ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ବିଶେଷ ନୀତି ଅନୁଷ୍ଠିତ ହେବ। ପରେ ମହାଲକ୍ଷ୍ମୀ ବଡ଼ଦାଣ୍ଡ ଦେଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବିଜେ କରିବେ। ଏହାପୂର୍ବରୁ ନନ୍ଦିଘୋଷ ରଥ ନିକଟରେ ବନ୍ଦାପନା ନୀତି ଅନୁଷ୍ଠିତ ହେବ। ଲକ୍ଷ୍ମୀ ଠାକୁରାଣୀ ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିବେ। ପରେ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ସାରି ନାକଚଣା ଦ୍ୱାର ଦେଇ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ। ନାକଚଣା ଦ୍ୱାର ପାଖରେ ତାଙ୍କୁ ଭିତରଛ ସେବକ ବନ୍ଦାପନା ସହ ଦହିପଟି ମଣୋହୀ କରିବେ। ମହାଲକ୍ଷ୍ମୀ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା।...

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ।...

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ...

ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…

ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି...

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ...

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri