ଆଜି ହେରାପଞ୍ଚମୀ

ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିବେ। ତେବେ ପରମ୍ପରା ଅନୁଯାୟୀ ଏହା ପୂର୍ବଦିନ ଅର୍ଥାତ୍‌ ଗୁରୁବାର ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇଛି। ଦ୍ୱିତୀୟ ଭୋଗ ମଣ୍ଡପ, ମଇଲମ, ତଡପ ଲାଗି ଓ ପହୁଡ଼ ଆଳତି ସରିବା ପରେ ଶ୍ରୀଗୁଣ୍ଡିଚା ମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଅପରାହ୍ନ ୫ଟା ୩୫ରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥିଲେ। ରାତି ପ୍ରାୟ ୮ଟାରେ ବନକଲାଗି ନୀତି ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ସହ ଅନ୍ୟାନ୍ୟ ନୀତି ବଢ଼ି ରାତ୍ରପହୁଡ଼ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri