ଆଜି ପବିତ୍ର ମକର ସଂକ୍ରାନ୍ତି: ଉତ୍ତରାୟଣରେ ଗତି କରିବେ ସୂର୍ଯ୍ୟଦେବ

ଭୁବନେଶ୍ୱର,୧୪ା୧: ଆଜି ହେଉଛି ପବିତ୍ର କୃଷି ଭିତ୍ତିକ ପର୍ବ ମକର ସଂକ୍ରାନ୍ତି। ଏହି ଅବସରରେ କୃଷକମାନେ ଉତ୍ପାଦିତ ନୂଆ ଧାନକୁ ଭବିଷ୍ୟତ ପାଇଁ ସୁରକ୍ଷିତ ରଖିବା ସହ ନୂଆ ଚାଉଳ (ମକର ଚାଉଳ) ଠାକୁରଙ୍କ ପାଖରେ ଲାଗି କରି ଖୁବ୍‌ ଆନନ୍ଦ ଉତ୍ସାହରେ ମକର ପର୍ବ ପାଳନ କରିଥାନ୍ତି।

ଅରୁଆ ଚାଉଳକୁ ବତୁରାଇ ସେଥିରେ କ୍ଷୀର, ନଡିଆ, କାଜୁ, କିସ୍‌ମିସ୍‌, ପାଚିଲା କଦଳୀ, ଆଖୁଖଣ୍ଡ ମିଶାଇ ମକର ଚାଉଳ ପ୍ରସ୍ତୁତ କରାଯାଇ ଠାକୁରଙ୍କୁ ଭୋଗ କରାଯାଏ। ପରିବାରର ସମସ୍ତେ ଏକାଠି ବସି ମକର ଚାଉଳ ଓ ଭୋଗ ଖାଇଥାନ୍ତି।

ମକର ସଂକ୍ରାନ୍ତିଠାରୁ ସୂର୍ଯ୍ୟଦେବଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ। ଏହିଦିନ ସୂର୍ଯ୍ୟ ମକର ରାଶିକୁ ଆସି ବିଷୁବ ରେଖା ଆଡକୁ ଗତିକରୁଥିବାରୁ ଏହାର ନାମ ମକର ସଂକ୍ରାନ୍ତି ରହିଛି।

ଏଥିସହ ସୂର୍ଯ୍ୟଙ୍କ ତେଜ ଧୀରେ ଧୀରେ ପ୍ରଖର ହେଉଥିବାରୁ ଯେକୌଣସି ଗୁରୁପାକ ଖାଦ୍ୟ ସହଜରେ ହଜମ ହୋଇଯାଏ। ସୂର୍ଯ୍ୟଙ୍କର ଏହି ଉତ୍ତରାୟଣ ସମୟରେ ମୃତ୍ୟୁ ହେଲେ ଜୀବ ସ୍ବର୍ଗ ଲାଭ କରେ ବୋଲି ବିଶ୍ୱାସ ରହିଛି।

ଏନେଇ ବୈତରଣୀ ସମେତ ବିଭିନ୍ନ ନଦୀରେ ଲୋକେ ବୁଡ ପକାଇଥା’ନ୍ତି। ତେଣୁ ମକର ରାଶିର ପ୍ରଭାବକୁ ନେଇ ଉକ୍ତ ଦିନଟିକୁ ଅତ୍ୟନ୍ତ ଶୁଭଦିନ ବୋଲି ବିବେଚନା କରାଯାଇଥାଏ। ପୂର୍ବାଞ୍ଚଳରେ ବିଶେଷକରି ଓଡ଼ିଶାରେ ମହାଳୟାକୁ ପିତୃପର୍ବ ଭାବେ ପାଳନ କରାଯାଉଥିବା ବେଳେ ଦକ୍ଷିଣାତ୍ୟରେ ମକର ସଂକ୍ରାନ୍ତକୁ ପିଣ୍ଡଦାନ ପର୍ବ ଭାବେ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri