ଆଜି ସୁନାବେଶରେ ଝଲସିବେ ଦାରୁଦିଅଁ

ପୁରୀ,୬ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦି ଆଡ଼ପ ମଣ୍ଡପ ଛାଡ଼ି କର୍ମବେଦି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଗଡ଼ିଛି ଦାରୁବିଗ୍ରହଙ୍କ ତିନି ରଥ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତିକାନ୍ତିର ଯଥେଷ୍ଟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ ଘଣ୍ଟା, ନୃତ୍ୟ ସଙ୍ଗୀତ ମଧ୍ୟରେ ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି। ପ୍ରଥମେ ବଳଭଦ୍ରଙ୍କ ରଥ ସନ୍ଧ୍ୟା ୭ଟା ୫ରେ ଶ୍ରୀମନ୍ଦିର ସମ୍ମୁଖରେ ଲାଗିଥିବାବେଳେ ପରେ ମା’ ସୁଭଦ୍ରା ଏବଂ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥ ପହଞ୍ଚତ୍ଥିଲା। ରବିବାର ମହାପ୍ରଭୁ ରଥ ଉପରେ ସୁନାବେଶରେ ଦର୍ଶନ ଦେବେ। ସୁନାବେଶରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ଥିବାରୁ ମନ୍ଦିର ଏବଂ ଜିଲା ପ୍ରଶାସନର ସମନ୍ବୟରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଶନିବାର ପାଗ ଅନୁକୂଳ ଥିବା ଯୋଗୁ ଶ୍ରୀକ୍ଷେତ୍ରରେ ପ୍ରାୟ ୧୨ଲକ୍ଷ ଲୋକଙ୍କ ସମାଗମ ହୋଇଥିଲା। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଶୁକ୍ରବାର ରାତିରେ ପହୁଡ଼ ଆଳତି ଅନୁଷ୍ଠିତ ହୋଇଥିଲା। ପରେ ୮ଟା ୨୫ରେ ଶ୍ରୀମୁଖ ଖଣ୍ଡୁଆ, ୮ଟା ୫୫ଟାରେ ବାହୁଟକଣ୍ଟ ହୋଇ କୋଠ ସୁଆଁସିଆଙ୍କ ପକ୍ଷରୁ ସିଂହାସନରେ ଚାରମାଳ ବନ୍ଧାଯାଇଥିଲା। ପରେ ରାତି ୧୨ଟା ୧୦ରେ ଦଇତାପତି ସେବକମାନେ କୁସୁମଲାଗି କରିଥିଲେ। ଶନିବାର ସକାଳ ୬ଟା ୪୦ରେ କୁସୁମଲାଗି ନୀତି ସମ୍ପନ୍ନ ହୋଇଥିଲା। ସକାଳ ୭ଟା ୫ ରେ ମଙ୍ଗଳ ଆଳତି, ୭ଟା ୧୦ରେ ମଇଲମ, ତଡ଼ପ ଲାଗି ୭ଟା ୧୫, ରୋଷ ହୋମ ୭ଟା ୧୦, ଅବକାଶ ପୂଜା ୭ଟା ୪୦, ସୂର୍ଯ୍ୟପୂଜା ୮ଟା ୫, ଦ୍ୱାରପାଳ ପୂଜା ୮ଟା ୨୦ ଓ ଡୋରଲାଗି ହୋଇ ସକାଳ ୯ଟା ୫୫ରେ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପର୍ଯ୍ୟାୟକ୍ରମେ ଶ୍ରୀବିଗ୍ରହମାନଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିବାବେଳେ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ସମ୍ପନ୍ନ ହୋଇଥିଲା। ଦିନ ୧୨ଟା ୩୦ରେ ଶ୍ରୀବିଗ୍ରହମାନଙ୍କ ପହଣ୍ଡି ଶେଷ ହୋଇଥିଲା। ନିର୍ଦ୍ଧାରିତ ସମୟଠାରୁ ବହୁ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଥିଲା। ଶ୍ରୀବିଗ୍ରହଙ୍କ ପହଣ୍ଡି ପରେ ଚଳନ୍ତି ପ୍ରତିମା ରାମକୃଷ୍ଣ ଏବଂ ଶ୍ରୀମଦନମୋହନ ପହଣ୍ଡି ହୋଇ ୧ଟା ୫ରେ ରଥାରୂଢ ହୋଇଥିଲେ। ଏହାପରେ ଗଜପତି ମହାରାଜା ଛେରା ପହଁରା ପାଇଁ ତିନି ରଥକୁ ତାମଜାନରେ ବିଜେ କରିଥିଲେ। ପରମ୍ପରା ଅନୁଯାୟୀ ଗଜପତି ମହାରାଜା ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଛେରା ପହଁରା କରିଥିଲେ। ପରେ ମହାପ୍ରଭୁଙ୍କ ଜଗନ୍ନାଥଙ୍କ ରଥରେ ରାଜ ନୀତି ସହ ଛେରାପହଁରା କରିଥିଲେ। ଶେଷରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ରାଜନୀତି ଓ ଛେରାପହଁରା କରିଥିଲେ। ଅପରାହ୍ନ ୨ଟା ୪୦ ତିନି ରଥର ଛେରାପହଁରା ସରିବା ପରେ ଚାରମାଳ ଫିଟା ଓ ଘୋଡ଼ା ଲାଗିଥିଲା। ୨ଟା ୫୦ରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଥିଲା। ଭକ୍ତମାନେ ଜୟ ଜଗନ୍ନାଥ ଧ୍ୱନି ଦେଇ ଭକ୍ତି ସହ ବଡ଼ ଠାକୁରଙ୍କ ରଥକୁ ଟାଣିଥିଲେ। ପରେ ଅପରାହ୍ନ ୩ଟା ୪୫ରେ ମା’ ସୁଭଦ୍ରାଙ୍କ ରଥ ଏବଂ ଶେଷରେ ମହାପ୍ରଭୁଙ୍କ ରଥ ଟଣା ଆରମ୍ଭ ହୋଇଥିଲା। ଜୟଜଗନ୍ନାଥ ଧ୍ୱନୀରେ ଭକ୍ତମାନେ ରଥକୁ ଶ୍ରୀମନ୍ଦିର ଅଭିମୁଖେ ଟାଣି ନେଇଥିଲେ। ରଥତ୍ରୟ ମାଉସୀ ମା’ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ଠାକୁରମାନଙ୍କୁ ପୋଡ଼ପିଠା ଭୋଗ କରାଯାଇଥିଲା। ପୋଡ଼ ପିଠା ଭୋଗ ଖାଇ ଠାକୁରମାନେ ଶ୍ରୀମନ୍ଦିର ଆଡ଼କୁ ପୁଣି ଥରେ ଯାତ୍ରା ଆରମ୍ଭ କରିଥିଲେ। ପ୍ରଥମେ ବଡ଼ ଠାକୁରଙ୍କ ତାଳଧ୍ୱଜ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚତ୍ଥିଲା। ଏହାପରେ ମା’ ସୁଭଦ୍ରାଙ୍କ ଦେବଦଳନ ରଥ ପହଞ୍ଚତ୍ଥିଲା। ତେବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ରାଜନଅର ନିକଟରେ କିଛି ସମୟ ପାଇଁ ଅଟକି ରହିଥିଲା। ମା’ ମହାଲକ୍ଷ୍ମୀ ଶ୍ରୀମନ୍ଦିର ଚାହାଣି ମଣ୍ଡପକୁ ଆସି ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ପାଲିଙ୍କିରେ ଘଣ୍ଟ, ଛତା, କାହାଳୀ ସହ ଶ୍ରୀନଅରଠାରେ ଅଟକିଥିବା ନନ୍ଦିଘୋଷ ନିକଟକୁ ଆସିଥିଲେ। ସେଠାରେ ଗଜପତି ମହାରାଜା ଲକ୍ଷ୍ମୀନାରାୟଣ ଭେଟ ନୀତି ସମ୍ପନ୍ନ କରିଥିଲେ। ନୀତି ସମ୍ପନ୍ନ କରି ମା’ ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବା ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ଅଭିମୁଖେ ପୁଣି ଗଡ଼ି ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା। ବାହୁଡ଼ା ଯାତ୍ରା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ୨୦୫ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ ରହିଥିଲେ। ପ୍ରାୟ ଶୃଙ୍ଖଳିତ ଭାବରେ ଚଳିତ ବର୍ଷର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଝିପି ଝିପି ବର୍ଷା ସତ୍ତ୍ୱେ ଭକ୍ତମାନେ ତିନି ରଥକୁ ଟାଣି ନେଇଥିଲେ। ରାଜ୍ୟ ମନ୍ତ୍ରିମଣ୍ଡଳର ଅନେକ ମନ୍ତ୍ରୀଙ୍କ ସହ ବହୁ ବିଧାୟକ ରଥ ଟାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri