Posted inଫୁରସତ

Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ

ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା। ପଞ୍ଜାବର ଅମୃତସରସ୍ଥିତ ଜାଲିଆନୱାଲା ବାଗରେ ବ୍ରିଟିଶ ସେନାନୀର ଜେନେରାଲ ରେଜିନାଲ୍ଡ ଡାୟାରଙ୍କ ନିର୍ଦ୍ଦେଶରେ ନିରସ୍ତ୍ର ଭାରତୀୟଙ୍କ ଉପରେ ନିର୍ଦ୍ଦୟ ଗୁଳିଚାଳନା ହୋଇଥିଲା। ବୈଶାଖୀ ଉତ୍ସବ ଉପଲକ୍ଷେ ଏକତ୍ରୀତ ମହିଳା, ପୁରୁଷ ଓ ଶିଶୁଙ୍କ ମଧ୍ୟରୁ ଶତାଧିକ ପ୍ରାଣ ହରାଇଥିଲେ ଏବଂ ସହସ୍ରାଧିକ ଆହତ ହୋଇଥିଲେ। ଏହି ଗୁଳିଚାଳନା ବ୍ରିଟିଶ ଶାସନର ନିଷ୍ଠୁରତାର ପ୍ରମାଣ ଦେଇଥିଲା।

ଘଟଣା ସେତେବେଳେ ଭାରତୀୟଙ୍କ ମଧ୍ୟରେ ବ୍ରିଟିଶ ଶାସନ ବିରୋଧରେ ତୀବ୍ର ଆକ୍ରୋଶ ସୃଷ୍ଟି କରିଥିଲା। ମହାତ୍ମା ଗାନ୍ଧୀ, ରବୀନ୍ଦ୍ରନାଥ ଟାଗୋର ପ୍ରମୁଖ ମହାନ ନେତାମାନେ ଏହାର ତୀବ୍ର ନିନ୍ଦା କରିଥିଲେ। ଏଥିରେ ମର୍ମାହତ ହୋଇ ରବୀନ୍ଦ୍ରନାଥ ତାଙ୍କର ‘ନାଇଟ୍‌ହୁଡ’ ଉପାଧି ତ୍ୟାଗ କରିଥିଲେ। ଏହି ହତ୍ୟାକାଣ୍ଡ ସ୍ବାଧୀନତା ଆନ୍ଦୋଳନକୁ ନୂଆ ଦିଗ ଦେଖାଇଥିଲା ଏବଂ ଅସହଯୋଗ ଆନ୍ଦୋଳନର ମୂଳଦୁଆ ପକାଇଥିଲା।

ଏହି ଦିନରେ ଦେଶର ବିଭିନ୍ନ ପ୍ରାନ୍ତରେ ସ୍ମରଣ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଆଲୋଚନା ଚକ୍ରମାନ କରାଯାଇଥାଏ। ଏହି ଦିନ ଆମକୁ ସ୍ବାଧୀନତାର ମୂଲ୍ୟ, ଏକତାର ମହତ୍ତ୍ୱ ଓ ଶାନ୍ତିପୂର୍ଣ୍ଣ ସଂଗ୍ରାମର ଗୁରୁତ୍ୱ ମନେ ପକାଇ ଦିଏ। ଜାଲିଆନାୱାଲାବାଗ କେବଳ ଏକ ସ୍ଥାନ ନୁହେଁ, ଏହା ଭାରତୀୟଙ୍କ ସଂକଳ୍ପ ଓ ତ୍ୟାଗର ଅମର ପ୍ରତୀକ।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri