ଆଜି ମହାବିଷୁବ ସଂକ୍ରାନ୍ତି: ବାବା ଆଖଣ୍ଡଳମଣିଙ୍କ ପୀଠ ଉତ୍ସବ ମୁଖର

ଆରଡ଼ି,୧୪ା୪(ଡି.ଏନ୍‌.ଏ.): ଆଜି ମହାବିଷୁବ ସଂକ୍ରାନ୍ତି। ଏହି ଉପଲକ୍ଷେ ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ଉତ୍ସବ ମୁଖର ହୋଇଉଠିଛି। ବାବା ଆଖଣ୍ଡଳମଣି ମନ୍ଦିରରେ ଏଥିଲାଗି ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଶୁକ୍ରବାର ଭୋର୍‌ ୪.୩୦ରେ ମନ୍ଦିର ପହଡ଼ ଖୋଲାଯାଇ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା । ପରେ ପ୍ରଭୁଙ୍କର ଶୀତଳ ଉପଚାର ନୀତି ଆରମ୍ଭ କରାଯାଇଥିଲା । ପ୍ରଭୁଙ୍କ ମସ୍ତକ ଉପରିଭାଗରେ ଏକ ବିରାଟକାୟ ଛିଦ୍ରଯୁକ୍ତ ପିତ୍ତଳ ହଣ୍ଡା ବନ୍ଧା ଯାଇଥିଲା। ସେଥିରେ ଭରାଯାଇଥିବା ସୁଗନ୍ଧିତ ଜଳରାଶି ପଡ଼ିବାର ବ୍ୟବସ୍ଥା ସେବାୟତଙ୍କ ଦ୍ବାରା କରାଯାଇଥିଲା । ପରେ ପାରମ୍ପରିକ ନିୟମାନୁସାରେ ବାରପଡ଼ା ଅଞ୍ଚଳର ଗୋପାଳମାନେ ଲମ୍ବା ଧାଡ଼ିରେ ଆସି ବାବାଙ୍କ ପାଖରେ ଜଳଲାଗି କରିଥିଲେ। ବାବାମଣିଙ୍କ ଶୀତଳ ଉପଚାର ପୂଜା ଓ ଗୋପାଳଙ୍କ ଜଳଲାଗି ବୈଶାଖ ମାସ ସାରା ଚାଲିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri