ଆଜି ମହାଶିବରାତ୍ରି, ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧ା୩(ଡି.ଏନ୍‌.ଏ.):ଆଜି ମହାଶିବରାତ୍ରି। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା ଅଞ୍ଚଳ। ବିଏମ୍‌ସି ଗାଇଡ୍‌ଲାଇନ ମୁତାବକ ଲିଙ୍ଗରାଜଙ୍କ ଜାଗରଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଓ ମହାଦୀପ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର୍‌ ୩ଟାରୁ ଦ୍ୱାର ଫିଟାଯାଇ ମଙ୍ଗଳଆଳତି, ଅବକାଶ ନୀତି ପରେ ସାହାଣ ମେଲା ଦର୍ଶନ ଆରମ୍ଭ ହୋଇଛି। ସିଂହଦ୍ୱାର ସମ୍ମୁଖରୁ ବ୍ୟାରିକେଟ ଦେଇ ଶ୍ରଦ୍ଧାଳୁ ଆଡ଼କାଠଠାରେ ଦର୍ଶନ କରି ଦକ୍ଷିଣଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି। ରାତି ୧୦ଟାରେ ମହାଦୀପ ଉଠିବ। ଏଥିପାଇଁ ବ୍ରତଧାରୀମାନେ ସେହି ମୂହୁର୍ତ୍ତକୁ ଅପେକ୍ଷା କରିଛନ୍ତି। ଅନ୍ୟପରେ ସୋମବାର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ମନ୍ଦିର ଭିତର ଓ ବାହାର, ବ୍ୟାରିକେଡ ବ୍ୟବସ୍ଥା ବୁଲି ଦେଖିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ପିଠରେ ୩୪ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ୨୭ ପ୍ଲାଟୁନ୍‌ ଫୋର୍ସ ଲିଙ୍ଗରାଜ ମନ୍ଦିର ପରିସରରେ ରହିବାକୁ ଥିବାବେଳେ ୭ ପ୍ଲାଟୁନ୍‌ ଫୋର୍ସ ରାଜଧାନୀର ଅନ୍ୟ ସ୍ଥାନରେ ମୁତୟନ ହେବେ। ଡିସିପିଙ୍କ ପ୍ରତ୍ୟେକ ତତ୍ତ୍ୱାବଧାନରେ ୬ଜଣ ଅତିରିକ୍ତ ଡିସିପି, ୧୨ଜଣ ଏସିପି, ୧୯ଜଣ ଇନସ୍ପେକ୍ଟର, ୮୬ଏସ୍‌ଆଇ ଓ ଏଏସ୍‌ଆଇ, ୪୮ହାବିଲଦାର ଓ କନେଷ୍ଟବଳ, ଓଆର କନେଷ୍ଟବଳ ୧୩ଜଣ, ୧୦୨ହୋମଗାର୍ଡଙ୍କ ସମେତ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଲୁଟେରାଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକଧାରୀ ପୋଲିସ ନିୟୋଜିତ ହେବେ। ଏଥିସହ ମନ୍ଦିର ଭିତରେ ଓ ବାହାରେ ଲଗାଯାଇଥିବା ସିସିଟିଭି ନଜର ରଖିବ ବୋଲି ଲିଙ୍ଗରାଜ ଥାନା ଆଇଆଇସି ଶରତ ଚନ୍ଦ୍ର ପାତ୍ର କହିଛନ୍ତି। କେଦାରଗୌରୀ ଛକ, ଗ୍ୟାରେଜ ଛକ, ହାଟସାହି ରାସ୍ତା, ବଢ଼େଇବାଙ୍କ ଆଦି ସ୍ଥାନରେ ଟ୍ରାଫିକ ପୋଲିସ ଭିଡ଼ ନିୟନ୍ତ୍ରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?