ଆଜି ମହାଶିବରାତ୍ରି, ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧ା୩(ଡି.ଏନ୍‌.ଏ.):ଆଜି ମହାଶିବରାତ୍ରି। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା ଅଞ୍ଚଳ। ବିଏମ୍‌ସି ଗାଇଡ୍‌ଲାଇନ ମୁତାବକ ଲିଙ୍ଗରାଜଙ୍କ ଜାଗରଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଓ ମହାଦୀପ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର୍‌ ୩ଟାରୁ ଦ୍ୱାର ଫିଟାଯାଇ ମଙ୍ଗଳଆଳତି, ଅବକାଶ ନୀତି ପରେ ସାହାଣ ମେଲା ଦର୍ଶନ ଆରମ୍ଭ ହୋଇଛି। ସିଂହଦ୍ୱାର ସମ୍ମୁଖରୁ ବ୍ୟାରିକେଟ ଦେଇ ଶ୍ରଦ୍ଧାଳୁ ଆଡ଼କାଠଠାରେ ଦର୍ଶନ କରି ଦକ୍ଷିଣଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି। ରାତି ୧୦ଟାରେ ମହାଦୀପ ଉଠିବ। ଏଥିପାଇଁ ବ୍ରତଧାରୀମାନେ ସେହି ମୂହୁର୍ତ୍ତକୁ ଅପେକ୍ଷା କରିଛନ୍ତି। ଅନ୍ୟପରେ ସୋମବାର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ମନ୍ଦିର ଭିତର ଓ ବାହାର, ବ୍ୟାରିକେଡ ବ୍ୟବସ୍ଥା ବୁଲି ଦେଖିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ପିଠରେ ୩୪ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ୨୭ ପ୍ଲାଟୁନ୍‌ ଫୋର୍ସ ଲିଙ୍ଗରାଜ ମନ୍ଦିର ପରିସରରେ ରହିବାକୁ ଥିବାବେଳେ ୭ ପ୍ଲାଟୁନ୍‌ ଫୋର୍ସ ରାଜଧାନୀର ଅନ୍ୟ ସ୍ଥାନରେ ମୁତୟନ ହେବେ। ଡିସିପିଙ୍କ ପ୍ରତ୍ୟେକ ତତ୍ତ୍ୱାବଧାନରେ ୬ଜଣ ଅତିରିକ୍ତ ଡିସିପି, ୧୨ଜଣ ଏସିପି, ୧୯ଜଣ ଇନସ୍ପେକ୍ଟର, ୮୬ଏସ୍‌ଆଇ ଓ ଏଏସ୍‌ଆଇ, ୪୮ହାବିଲଦାର ଓ କନେଷ୍ଟବଳ, ଓଆର କନେଷ୍ଟବଳ ୧୩ଜଣ, ୧୦୨ହୋମଗାର୍ଡଙ୍କ ସମେତ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଲୁଟେରାଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକଧାରୀ ପୋଲିସ ନିୟୋଜିତ ହେବେ। ଏଥିସହ ମନ୍ଦିର ଭିତରେ ଓ ବାହାରେ ଲଗାଯାଇଥିବା ସିସିଟିଭି ନଜର ରଖିବ ବୋଲି ଲିଙ୍ଗରାଜ ଥାନା ଆଇଆଇସି ଶରତ ଚନ୍ଦ୍ର ପାତ୍ର କହିଛନ୍ତି। କେଦାରଗୌରୀ ଛକ, ଗ୍ୟାରେଜ ଛକ, ହାଟସାହି ରାସ୍ତା, ବଢ଼େଇବାଙ୍କ ଆଦି ସ୍ଥାନରେ ଟ୍ରାଫିକ ପୋଲିସ ଭିଡ଼ ନିୟନ୍ତ୍ରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri