ଆଜି ମହାଶିବରାତ୍ରି: ଝଲସୁଛି ଶୈବପୀଠ

କଟକ,୮ା୩(ଶିଳ୍ପା ପ୍ରିୟଦର୍ଶିନୀ): ଶୁକ୍ରବାର ମହାଶିବରାତ୍ରି। ବିଭିନ୍ନ ଶୈବପୀଠରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିବେ। ଏଥିପାଇଁ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ ହୋଇପଡିଥିବାବେଳେ ଗୁରୁବାର ସୁଦ୍ଧା ପ୍ରସ୍ତୁତି ଶେଷ ହୋଇଛି। ମନ୍ଦିରଗୁଡିକ ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସି ଉଠୁଛି। ବିଶେଷକରି କଟକ ଜିଲାର ଶୈବପୀଠଗୁଡିକରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି। କେତେକ ମନ୍ଦିରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା କରାଯାଇଛି। କଟକ ଯୋବ୍ରାଠାରେ ଥିବା ପାରେଶ୍ୱର ମହାଦେବ ମନ୍ଦିରରେ ରାତି ୨ଟାରେ ମହାଦୀପ ଉଠିବ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ଜଣାପଡିଛି। କଟକ ସହରର ଅମରେଶ୍ୱର ମନ୍ଦିରରେ ରାତି ୪ଟାରୁ ଦ୍ୱାର ଫିଟାଯାଇ ଠାକୁରଙ୍କ ନୀତିକାନ୍ତି ଓ ମଙ୍ଗଳଆଳତି କରାଯିବ। ଭୋର ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଠାକୁରଙ୍କ ଦର୍ଶନ କରିପାରିବେ। ରାତି ୧୦ଟାରେ ମହାସ୍ନାନ, ହରିହର ଭେଟ ଓ ବଡ଼ସିଂହାର ବେଶ କରାଯିବ। ଭୋର ୪ଟାରେ ମହାଦୀପ ଉଠିବ। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥିସହ ଅମରେଶ୍ୱର ଟ୍ରଷ୍ଟ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ମନ୍ଦିରର ମୁଖ୍ୟ ପୂଜକ ସ୍ବରୂପ ଦାଶ କହିଛନ୍ତି।
କଟକ ଗଡ଼ଗଡିଆଠାରେ ଥିବା ଗଡ଼ଗଡେଶ୍ୱର ମନ୍ଦିରରେ ରାତି ୪ଟା ୨୦ ମିନିଟ୍‌ରେ ଦ୍ୱାର ଫିଟାଯାଇ ଠାକୁରଙ୍କ ନୀତିକାନ୍ତି କରାଯିବ। ପରେ ଶ୍ରଦ୍ଧାଳୁମାନେ ଠାକୁରଙ୍କୁ ଦର୍ଶନ କରିବେ। ହରିହର ଭେଟ ସହ ଅନ୍ୟାନ୍ୟ ନୀତି କରାଯାଇ ରାତି ୧ଟାରେ ମହାଦୀପ ଉଠିବ। ଏଥିସହ ଗଡ଼ଗଡ଼େଶ୍ୱର ମହାଦେବ ହେରିଡେଟାରି ମ୍ୟାନେଜିଂ ଟ୍ରଷ୍ଟ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ମନ୍ଦିର ପୂଜକ ବିଶ୍ୱରଞ୍ଜନ ପଣ୍ଡା କହିଛନ୍ତି।
ମହାଶିବରାତ୍ରି ଉପଲକ୍ଷେ କଟକ ଜିଲାର ପୁରାତନ ଶୈବପୀଠ ପରମହଂସନାଥ ମନ୍ଦିରରେ ବହୁସଂଖ୍ୟକ ଶ୍ରଦ୍ଧାଳୁଙ୍କ ଭିଡ ଜମିବା ସମ୍ଭାବନା ରହିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ଭୋର ୩ଟାରୁ ମନ୍ଦିରର ଦ୍ୱାରା ଖୋଲାଯାଇ ଠାକୁରଙ୍କ ବିଭିନ୍ନ ନୀତି ସମ୍ପନ୍ନ ହେବ। ସକାଳ ୭ଟା ୧୫ରୁ ରାତି ୧୨ଟା ପର୍ଯ୍ୟନ୍ତ ଭକ୍ତମାନେ ଠାକୁରଙ୍କ ଦର୍ଶନ କରିପାରିବେ। ଏହାପରେ ଠାକୁରଙ୍କ ଅନ୍ୟାନ୍ୟ ନୀତି କରାଯାଇ ରାତି ୪ଟାରେ ମହାଦୀପ ଉତ୍ସର୍ଗ ହେବ ବୋଲି ମନ୍ଦିରର ମୁଖ୍ୟ ପୂଜକ ତ୍ରିଲୋଚନ ପଣ୍ଡା କହିଛନ୍ତି। ଏହି ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ମନ୍ଦିର ଟ୍ରଷ୍ଟର ସଦସ୍ୟ ଦୈତାରି ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?