ଆଜି ମକର ସଂକ୍ରାନ୍ତି: ଫିକା କଲା କରୋନା କଟକଣା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ପାଇଁ ଏଥର ଫିକା ପଡ଼ିଛି ମକର ଉତ୍ସବ।

କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ବପର୍ବାଣି ପାଳନ ଉପରେ କଟକଣା ଜାରି କରାଯାଇଛି। ଏଥିରେ ମେଳାକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲାରେ ମକର ଉତ୍ସବ ପାଳନ ଉପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବି କଟକଣା ଜାରି କରାଯାଇଛି।

ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଦେବାଳୟରେ ସାଧାରଣ ଦର୍ଶନ ବାରଣ କରାଯିବା ସହିତ ୧୪୪ ଧାରା ଜାରି କରାଯାଇଛି ।ଅଟ୍ରିରେ ମକର ମେଳା ଏବଂ ଉଷ୍ମ ପ୍ରସ୍ରବଣରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ଅଟ୍ରିରେ ମକର ମେଳା ଫିକା ପଡିଛି। ମକର ସଂକ୍ରାନ୍ତିରେ ଶ୍ରଦ୍ଧାଳୁମାନେ ଉଷ୍ମ ପ୍ରସ୍ରବଣରେ ବୁଡ଼ ପକାଇବା ସହ ଏକାଦଶରୁଦ୍ର ହଟ୍ଟେକେଶ୍ୱରଙ୍କ ଦର୍ଶନ ଲାଭ କରିଥାନ୍ତି। ଚଳିତବର୍ଷ ହଟ୍ଟକେଶ୍ୱରଙ୍କ ଦର୍ଶନ ଉପରେ କଟକଣା ରହିଛି। କେବଳ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ମକର ସଂକ୍ରାନ୍ତି ପୂଜାର୍ଚ୍ଚନା, ରୀତିନୀତି ପାଳନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଲୋକମାନଙ୍କୁ ଘରେ ରହି ପୂଜାର୍ଚ୍ଚନା କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?