ଆଜି ଶହୀଦ ସ୍ମୃତି ଦିବସ: ବଦଳୁଛି ଶହୀଦ ସ୍ମୃତିପୀଠର ଭିତ୍ତିଭୂମି

ବାସୁଦେବପୁର,୨୮।୯(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ହେଉଛି ସଂଗ୍ରାମର ମାଟି। ୧୯୪୨ ଭାରତଛାଡ଼ ଆନ୍ଦୋଳନ ସମୟରେ ବାସୁଦେବପୁର, ଇରମ ଓ ନଦୀଘେରଦ ଅଞ୍ଚଳର ସଂଗ୍ରାମୀମାନେ ନେତୃତ୍ୱ ନେଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଏହି ଅଞ୍ଚଳରେ ଜନଜାଗରଣ ସୃଷ୍ଟି ହୋଇସାରିଥିବା ବେଳେ ୧୯୪୨ ସେପ୍ଟେମ୍ବର ୨୮ରେ ଇରମଠାରେ ନଅଣ ପୋଖରୀ ନିକଟସ୍ଥ ମେଳନ ପଡ଼ିଆରେ ଇଂରେଜମାନଙ୍କ ଗୁଳିରେ ଶହୀଦ ହୋଇଥିଲେ ୨୯ଜଣ ସଂଗ୍ରାମୀ। ୬୪ରୁ ଊର୍ଦ୍ଧ୍ୱ ସଂଗ୍ରାମୀ କ୍ଷତବିକ୍ଷତ ହୋଇଥିଲେ। ଯାହାକି ଏକ ଲୋମହର୍ଷଣକାରୀ ଇତିହାସ ହୋଇରହିଛି। ପ୍ରତିବର୍ଷ ସେପ୍ଟେମ୍ବର ୨୮କୁ ଶହୀଦ ସ୍ମୃତି ଦିବସ ଭାବେ ପାଳନ କରାଯାଇ ଆସୁଛି। ହେଲେ ରକ୍ତତୀର୍ଥ ଇରମ ତଥା ଶହୀଦ ସ୍ମୃତିପୀଠ ଦୀର୍ଘ ୭୯ବର୍ଷ ଧରି ଅବହେଳିତ ହୋଇ ରହିଥିଲା। ଏବେ ପୀଠର ଭିତ୍ତିଭୂମି ବଦଳିବା ଆରମ୍ଭ କରିଛି। ଏହାର ବିକାଶ ପାଇଁ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ବିଭାଗ ପକ୍ଷରୁ ୨୦୧୭-୧୮ ଆର୍ଥିକ ବର୍ଷରେ ଏହି ପୀଠର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ନିମନ୍ତେ ୪୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି ଅର୍ଥରାଶିରେ ଶହୀଦ ପୀଠର ପାଚେରି ଓ ସଂଯୋଗକାରୀ ରାସ୍ତା ନିର୍ମାଣ ସରିଥିବା ବେଳେ ଗେଷ୍ଟହାଉସ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୀଠର ଭିତ୍ତିଭୂମିର ଅଧିକ ବିକାଶ ପାଇଁ ସ୍ଥାନୀୟ ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ଉଦ୍ୟମକ୍ରମେ ବିଭାଗ ପକ୍ଷରୁ ପୁର୍ନବାର ୨୦୨୧ ଆର୍ଥିକ ବର୍ଷରେ ୫୦ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିବା ବେଳେ ଏହାର ଟେଣ୍ଡର ପ୍ରକ୍ରିୟା ମଧ୍ୟ ସରିଛି।
ତେବେ ପୀଠର ଚଳିତବର୍ଷ ମଞ୍ଜୁର ହୋଇଥିବା ଅନୁଦାନ ଅର୍ଥରେ ଶହୀଦ ସ୍ମୃତିପୀଠର ଉନ୍ନତିକରଣ ସହ ନଅଣ ପୋଖରୀ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ ବୋଲି ଇରମ ସରପଞ୍ଚ ତଥା ସ୍ଥାନୀୟ ପର୍ଯ୍ୟଟନ ଉନ୍ନୟନ ପରିଷଦ ସଦସ୍ୟ ପ୍ରଫୁଲ୍ଲ ବିଶ୍ୱାଳ କହିଛନ୍ତି। ମଙ୍ଗଳବାର ୭୯ତମ ଶହୀଦ ସ୍ମୃତି ଦିବସ ପାଳନ ସମ୍ପର୍କରେ ସ୍ଥାନୀୟ ପର୍ଯ୍ୟଟନ ଉନ୍ନୟନ ପରିଷଦର ସଭାପତି ତଥା ବିଡିଓ ପ୍ରଣବ କୁମାର ବେହେରାଙ୍କୁ ପଚାରିବାରୁ ସମ୍ପୂର୍ଣ୍ଣ ବିଧିପୂର୍ବକ ଓ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଏହି ଦିବସ ପାଳନ କରାଯାଇ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri