ଆଜି ନୀଳାଦ୍ରି ବିଜେ

ପୁରୀ ଅଫିସ, ୧୨ା୭:ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାବାହୁ। ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ସୋମବାର ରଥ ଉପରେ ଅଧରପଣା ନୀତି ସମ୍ପନ୍ନ ହୋଇଥିବାବେଳେ ମଙ୍ଗଳବାର ଶ୍ରୀବିଗ୍ରହମାନଙ୍କ ନୀଳାଦ୍ରିବିଜେ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ରତ୍ନବେଦୀକୁ ବିଜେ କରିବେ ଦାରୁଦିଅଁ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଶେଷ ହେବ। ନୀଳାଦ୍ରି ବିଜେ ପରେ ବୁଧବାରଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ପାଇବେ ଭକ୍ତ। ପୁଣି ବଡ଼ଦେଉଳରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିବ।
ବିଜେ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ତିନି ରଥରେ ଶ୍ରୀବିଗ୍ରହମାନଙ୍କ ମଙ୍ଗଳ ଆଳତି ପ୍ରାତଃ ୪ଟାରେ ହେବ। ମଇଲମ ତଡ଼ପ ଲାଗି ୪ଟା ୩୦, ଅବକାଶ ଭୋର ୫ଟା, ବେଶ ଶେଷ ୫ଟା ୩୦, ଗୋପାଳବଲ୍ଲଭ ସକାଳ ୬ଟା ୩୦, ସକାଳ ଧୂପ ୭ଟାରୁ ୮ଟା, ମଇଲମ ୮ଟା ୩୦, ମହାସ୍ନାନ ଓ ସର୍ବାଙ୍ଗ ୯ଟା ୩୦, ବେଶ ଶେଷ ୧୦ଟା, ମଧ୍ୟାହ୍ନ ଧୂପ ୧୦ଟା ୩୦ରୁ ୧୧ଟା ୩୦, ମଇଲମ ଓ ବେଶ ୧୧ଟା ୪୫ରୁ ୧୨ଟା, ସନ୍ଧ୍ୟା ଆଳତି ୧୨ଟା ୧୫, ସନ୍ଧ୍ୟାଧୂପ ୧୨ଟା ୩୦ରୁ ୧ଟା ୩୦, ଚାରମାଳ ବନ୍ଧା ୧ଟା ୩୦ରୁ ୩ଟା ୩୦, ସିଂହାସନ ମାଜଣା ୩ଟା ୩୦, ପୁଷ୍ପାଞ୍ଜଳି ୩ଟା ୫୦, ପହଣ୍ଡି ଆରମ୍ଭ ୪ଟା, ପହଣ୍ଡି ଶେଷ ରାତି ୧୦ଟା, ରୁନ୍ଧା ଶେଷ ରାତି ୧୨ଟା ୩୦, ଦଇତାପତି ସର୍ବାଙ୍ଗ ରାତି ୧ଟା, ଶ୍ରୀମୁଖ ଖଣ୍ଡୁଆ ୧ଟା ୧୦, ଚାରମାଳ ଫିଟା ୧ଟା ୧୫ରୁ ୨ଟା ୧୫, ସୁଦର୍ଶନ ସିଂହାସନକୁ ବିଜେ ୨ଟା ୩୦, ଶ୍ରୀମୁଖ ଖଣ୍ଡିଆ ମଇଲମ ୨ଟା ୩୦, ଚକା ପୋଛା ୨ଟା ୪୫, ସିଂହାସନ ଧୁଆ ୩ଟା, ମାଧବ, ଶ୍ରୀଦେବୀ ଓ ଭୂଦେବୀ ସିଂହାସନକୁ ବିଜେ ୩ଟା ୧୦, ମହାସ୍ନାନ ଶେଷ ୩ ଟା ୩୦, ରୋଷହୋମ ୩ଟା ୩୫, ମଇଲମ ୩ଟା ୩୫, ଚନ୍ଦନଲାଗି ୩ଟା ୪୫, ସୂର୍ଯ୍ୟପୂଜା ୪ଟା, ଦ୍ୱାରପାଳ ପୂଜା ୪ଟା ୧୫, ବଡ଼ସିଂହାର ବେଶ ୪ଟା ୧୫, ବଡ଼ସିଂହାର ଭୋଗ ୪ଟା ୪୫ ଏବଂ ରାତ୍ର ପହୁଡ଼ ଭୋର ୫ଟାରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?