ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କଠାରେ ପୂର୍ବାହ୍ନ ୯ଟା ୪୫ ମିନିଟରୁ ୯ଟା ୫୦ ମିନିଟ ମଧ୍ୟେ ନବାନ୍ନ ଭୋଗ ଲାଗିବ। ସେହିପରି ନୂଆପଡା ଜିଲା ଟାନୱାଟ କଣା ଭଇଁରା ଓ ସମଲେଇ, ବରଗଡ ଓ ଝାରସୁଗୁଡ଼ା ଜିଲାର ସମଲେଇ,  ସୁନ୍ଦରଗଡ ଜିଲାର ଶିଖରବାସିନୀ ଓ ସମଲେଇ, ବଲାଙ୍ଗୀରର ଇଷ୍ଟଦେବୀ ପାଟଣେଶ୍ୱରୀ, ସୁବର୍ଣ୍ଣପୁରର ଇଷ୍ଟଦେବୀ ସୁରେଶ୍ୱରୀ ଓ ବୌଦ୍ଧ ଜିଲାର ଭୈରବୀଙ୍କ ପୀଠରେ ନୂଆଁଖାଇ ସକାଶେ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ନୂଆଁଖାଇ ଲାଗି ଗାଁ ଦାଣ୍ଡ ଉତ୍ସବ ମୁଖରିତ ହୋଇଛି । ନୂଆଁଖାଇ ସ୍ବତନ୍ତ୍ର ହାଟରେ କିଣାବିକା ମଧ୍ୟ ସରିଛି। ଇଷ୍ଟଦେବୀ ସମଲେଇଙ୍କ ପୀଠରେ ଶନିବାର ସିନ୍ଦୂର ନୀତି ସଂପନ୍ନ ହୋଇଛି । ରୀତିନୀତି ଓ ପରମ୍ପରାରେ ୧୧୫ ଦେବୀଦେବା ଓ ଦେବୀ ସମଲେଇଙ୍କଠାରେ ସିନ୍ଦୂର ନୀତି କରାଯାଇଛି । ପାରଦ ମିଶ୍ରିତ ଜଡାତେଲ ଓ ସିନ୍ଦୂରକୁ ମିଶ୍ରଣ କରି ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟ ସିନ୍ଦୂର ପ୍ରସ୍ତୁତ କରିଥିଲେ। ସର୍ବପ୍ରଥମେ ଶୀତଳାଦେବୀଙ୍କୁ ସିନ୍ଦୂର ଲାଗି କରାଯାଇଥିଲା। ଘଣ୍ଟ, ଶଙ୍ଖ ସହ ପୂଜକ ଗୌରାଙ୍ଗ ରାୟ, ବିଭୂତି ରାୟ, ପଙ୍କଜ ରାୟ, ଆଲୋକ ଦେବ, ରାଜୁ ସିଂ, ସଚିନ ରାୟ ସିନ୍ଦୂର ଲାଗି ନୀତିରେ ସାମିଲ ଥିଲେ। ଅନ୍ୟପକ୍ଷେ ଇଷ୍ଟଦେବୀ ସମଲେଇଙ୍କ ପ୍ରିୟ ସାରୁ ଶାଗ ଲାଗି ଗୋଧୂଳି ଲଗ୍ନରେ ମୁଖ୍ୟପୂଜକଙ୍କ ଘରେ ସାରୁ ପତ୍ର ପହଞ୍ଚଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri