ଆଜି ଶ୍ରୀରାମ ନବମୀ: ଚଳଚଞ୍ଚଳ ରାମ ମନ୍ଦିର

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ଶ୍ରୀରାମ ନବମୀ। ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଭକ୍ତଙ୍କ ସମାଗମ ହୋଇଛି। କରୋନା ମହମାରି ୨ବର୍ଷ ପରେ ଏହି ଦିନରେ ଭକ୍ତ ଭଗବାନ ଆଜି ଏକାଠି ହୋଇଛନ୍ତି। ଏ ନେଇ ରାଜଧାନୀର ସମସ୍ତ ମଠ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପଭୁଙ୍କ ଦର୍ଶନ ନିମନ୍ତେ ରାମ ମନ୍ଦିର, ବିଷ୍ଣୁ ମନ୍ଦିରରେ ଭିଡ଼ ଲାଗି ରହିଛି। ୟୁନିଟ-୩ ସ୍ଥିତ ରାମ ମନ୍ଦିରରେ ସତନ୍ତ୍ର ବିଧି ବ୍ୟବସ୍ଥା କରାଯାଇଛି । ରାମ ମନ୍ଦିରରେ ଠାକୁରଙ୍କ ରୀତିନୀତି ଅନୁଯାୟୀ ନୀତିକାନ୍ତି କରାଯିବା ନେଇ ନୀତି ନିର୍ଘଣ୍ଟ ହୋଇଛି । ଫୁଲ ଏବଂ ଫଳ ଓ ଆଲୋକମାଳାରେ ମନ୍ଦିରକୁ ସଜାଇ ମହାସମାରୋହରେ ଶ୍ରୀରାମ ନବମୀ ପାଳନ କରାଯାଉଛି। ସକାଳ ସାଢ଼େ ୫ଟାରେ ଶ୍ରୀରାମଙ୍କର ମଙ୍ଗଳ ଆଳତି କରାଯିବାପରେ ୭ଟାରୁ ଶୃଙ୍ଗାର ଆଳତି କରାଯାଇଛି । ପରେ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତକାନ୍ତି କରାଯିବ। ଚଳିତବର୍ଷ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଟ ବ୍ୟବସ୍ଥା କରାଯିବା ସହ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri