ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୯ା୪(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ଓ ପଥ ପ୍ରସ୍ତୁତ। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। କରୋନା କଟକଣା ପାଇଁ ଗତ ଦୁଇ ବର୍ଷ ହେବ ଭକ୍ତ ରଥଟଣାରୁ ବଞ୍ଚିତ ଥିବା ବେଳେ ଚଳିତ ବର୍ଷ କଟକଣା ନ ଥିବାରୁ ଭକ୍ତଙ୍କ ମହଲରେ ଉତ୍ସାହ ଦେଖାଦେଇଛି। ଶୁକ୍ରବାର ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ଏନେଇ ଦୈନିକ ନୀତି ସନ୍ଧ୍ୟାଧୂପ ସରିବା ପରେ ପତ୍ରି ଘଣ୍ଟ, କାହାଳି, ଚର୍ଚ୍ଚେଇତ, ମନ୍ଦିର ସୁପରଭାଇଜର, ମଶାଲ ସହ ମୁକ୍ତେଶ୍ୱର ମନ୍ଦିରକୁ ଯାତ୍ରା କରିଥିଲେ। ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପତ୍ରି ସେବକ ୨ ମାଠିଆ ପାଣି ରଥ ପ୍ରତିଷ୍ଠା ପାଇଁ ଆଣିଥିଲେ। ଉକ୍ତ ପାଣିକୁ ପ୍ରତିଷ୍ଠା ମଣ୍ଡପରେ ରଖାଯାଇଥିଲା। ପରେ ମନ୍ଦିର ପୁରୋହିତ ମନୋରଞ୍ଜନ ଦାଶ, ପୁରୀ ରାଜଗୁରୁ ପ୍ରଭାତ କୁମାର ରାଜଗୁରୁ କର୍ତ୍ତା ଭାବେ ରଥ ପ୍ରତିଷ୍ଠା କାର୍ଯ୍ୟ ସମ୍ପାଦନ କରିଥିଲେ। ଏହାପରେ ସମର୍ଥା ସେବକ ରଥ ଉପରେ ଚଢ଼ି ନୂତନ ରଥ ଘେର ଓ ପତାକା ଲଗାଇଥିଲେ। ମନ୍ଦିରର ଉକ୍ତ ଦିନର ପାଳିଆ ପୂଜାପଣ୍ଡା ପଞ୍ଚବକ୍ରଙ୍କୁ ଧରି ରଥରେ ଥିବା ସିଂହାସନ ପଛପଟୁ ବିଜେ କରିଥିଲେ। ପତ୍ରି ସେବକ ଠା’ କରିସାରିବା ପରେ ପଞ୍ଚ ଉପଚାରରେ ଭୋଗ ନୈବେଦ୍ୟ ସହ ଆଳତି କରାଯାଇଥିଲା। ବିଳମ୍ବିତ ରାତିରେ ବଡ଼ସିଂହାର ବେଶ କରାଯାଇ ମନ୍ଦିର ପହଡ଼ ପଡ଼ିଥିଲା। ବିଳମ୍ବିତ ରାତିରେ ରଥ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ତେବେ ରଥ ଗଡ଼ିବା ନେଇ ରଥଖଳାରୁ ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ ପିଚୁ କରାଯାଇଛି। ଶନିବାର ପୂଜା ସମ୍ପନ୍ନ ପରେ ଅପରାହ୍ନ ୩ଟା ୩୦ରେ ରଥରଣା ହେବା ନେଇ ସ୍ଥିର ହୋଇଛି। ରଥଯାତ୍ରା ଓ ବାହୁଡ଼ା ଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୨୦ପ୍ଲାଟନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri