Posted inଫୁରସତ

ଆଜି ଗୁରୁଦିବସ: କେବଳ ଏହି କାରଣ ପାଇଁ ଗୁରୁଦିବସ ପାଳନ କରିବାକୁ ଛାତ୍ରଙ୍କୁ ନିବେଦନ କରିଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ

ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖରେ  ‘ଗୁରୁଦିବସ’ ପାଳନ କରାଯାଇଥାଏ। ଏହି ଦିନଟି ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ବାସ୍ତବରେ ସେ ଏହି ଦିନକୁ ‘ଗୁରୁଦିବସ’ ଭାବରେ ପାଳନ କରିବାକୁ ଛାତ୍ରମାନଙ୍କ ନିକଟରେ ଇଚ୍ଛା ପ୍ରକାଶ କରିଥିଲେ। ଭାରତବର୍ଷରେ ଯେଉଁ କେତେଜଣ ମହାନ ଦାର୍ଶନିକ, ରାଷ୍ଟ୍ରନାୟକ, ଚିନ୍ତାନାୟକ, ମାନବପ୍ରେମୀ ସେମାନଙ୍କର ଉତ୍ସର୍ଗୀକୃତ ସେବା, ତ୍ୟାଗ, ପ୍ରେମର ପ୍ରତିଦାନରେ ଭାରତବର୍ଷକୁ ସମଗ୍ର ବିଶ୍ୱରେ ଶକ୍ତିଶାଳୀ ରାଷ୍ଟ୍ର ହେବାର ସ୍ବପ୍ନ ଦେଖିଥିଲେ ସେମାନଙ୍କ ମଧ୍ୟରୁ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ  ଜଣେ ।

ସର୍ବପଲ୍ଲୀ ରାଧାକ୍ରିଷ୍ଣନ ତାମିଲନାଡୁରେ  ୫ ସେପ୍ଟେମ୍ବର ୧୮୮୮ରେ ଜନ୍ମଗ୍ରହଣ କରିଥିଲେ। ଯେତେବେଳେ ସେ ଭାରତର ରାଷ୍ଟ୍ରପତି ହୋଇଥିଲେ,ସେତେବେଳେ ତାଙ୍କର କିଛି ଛାତ୍ର ଏବଂ ବନ୍ଧୁ ତାଙ୍କୁ ଭେଟିବାକୁ ଆସିଥିଲେ। ତାଙ୍କୁ ତାଙ୍କ ଜନ୍ମଦିନ ପାଳନ କରିବାକୁ ଅନୁମତି ଦେବାକୁ ଅନୁରୋଧ କରିଥିଲେ। ପରେ ସେ କହିଥିଲେ ଯେ,ମୋ ଜନ୍ମଦିନକୁ ପୃଥକ୍‌ ଭାବରେ ପାଳନ କରିବା ପରିବର୍ତ୍ତେ ଯଦି ଏହା ‘ଗୁରୁଦିବସ’ ଭାବରେ ପାଳନ କରାଯାଏ ତେବେ ଏହା ମୋ ପାଇଁ ଗର୍ବର କଥା ହେବ। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ଭାବରେ ପାଳନ କରାଯାଇଆସୁଛି।

ଏହିଦିନ ପ୍ରତ୍ୟେକ ସ୍କୁଲ,କଲେଜରେ ଛାତ୍ରୀଛାତ୍ର ସେମାନଙ୍କର ଗୁରୁମାନଙ୍କୁ ପୂଜା କରିଥାନ୍ତି। ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜିଥାନ୍ତି ଆଲୋକବର୍ତ୍ତିତା। କେବେ କଠୋର ଅନୁଶାସନ ତ କେବେ ଉତ୍ସାହପ୍ରଦ ପ୍ରେରଣା ମାଧ୍ୟମରେ ଏମାନେ ଦେଶ, ସମାଜ ଓ ମଣିଷ ଗଠନରେ ନେଇଥାନ୍ତି ଉତ୍ତର ଦାୟିତ୍ୱ। ପାଠ ହେଉ କି ନୃତ୍ୟସଙ୍ଗୀତ, କ୍ରୀଡ଼ା ହେଉ କି ଅଭିନୟ, ପ୍ରତିଟି କ୍ଷେତ୍ରରେ ଗୁରୁଙ୍କ ମାର୍ଗଦର୍ଶନ ଯୁବସମାଜକୁ ବାଟ କଢ଼ାଇଥାଏ। ଏହି ମହାନ ଗୁରୁଙ୍କ ଉଦ୍ଦେଶ୍ୟରେ ଆଜି ସମଗ୍ର ଦେଶ ଗୁରୁଦିବସ ପାଳନ କରୁଛି। ସେହି ଜନନାୟକଙ୍କ ଚରଣରେ ଆଜିର ଦିନରେ କୋଟି କୋଟି ପ୍ରଣାମ।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?