ଆଜି ଏନ୍‌ଆଇଟିର ୨୦ତମ ସମାବର୍ତ୍ତନ ଉତ୍ସବ

ରାଉରକେଲା ଅଫିସ,୪ା୨: ରାଉରକେଲା ସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି) ପରିସରରେ ୨୦ତମ ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଏନ୍‌ଆଇଟି ସ୍ଥିତ ସିନେଟ ହଲ ପରିସରରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସମ୍ମିଳନୀରେ ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ୱର ରାଓ ସୂଚନା ଦେଇ କହିଥିଲେ, ସମାବର୍ତ୍ତନ ଉତ୍ସବରେ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ (ସେଲ୍‌)ର ଅଧ୍ୟକ୍ଷା ସୋମା ମଣ୍ଡଳ ମୁଖ୍ୟ ଅତିଥି, ଏମ୍‌ସିଏଲର ଅଧ୍ୟକ୍ଷ ଓମ୍‌ ପ୍ରକାଶ ସିଂ ସମ୍ମାନିତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଏନ୍‌ଆଇଟିର ୧୭୧୭ ଜଣଙ୍କୁ ଡିଗ୍ରୀ ପ୍ରଦାନ କରାଯିବ। ଖବରଦାତା ସମ୍ମିଳନୀରେ ଏନ୍‌ଆଇଟି ରାଉରକେଲାର ପିପିଆର୍‌ସିର ଅଧ୍ୟକ୍ଷ ପ୍ରଫେସର ହିମାଂଶୁ ଭୂଷଣ ସାହୁ, ରେଜିଷ୍ଟ୍ରାର ପ୍ରଫେସର ରୋହନ ଧୀମାନ, ପିକ୍‌ ସମାବର୍ତ୍ତନ ପ୍ରଫେସର ମହାବୀର ପଣ୍ଡା, ଡିନ୍‌ ଏକାଡେମିକ୍‌ ପ୍ରଫେସର ସୁସ୍ମିତା ମିଶ୍ର, ପ୍ରଫେସର ରାଜୀବ ପଣ୍ଡା, ପ୍ରଫେସର ମନୀଷ ଓକାଡେ ଏବଂ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଚ୍ଚନା ଗୁପ୍ତା ଉପସ୍ଥିତ ଥିଲେ। ପ୍ରଫେସର ଉନି ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri