ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ। ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷକ, କୁଣ୍ଡଳ ଇତ୍ୟାଦି ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ। ଏହି ବେଶରେ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷକ ଇତ୍ୟାଦି ଧାରଣ କରିଥାନ୍ତି। ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ। ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ। ଏହି ଦିନ ବଡ଼ ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରନତ୍ସିଂହାସନକୁ ଆସନ୍ତି। ସେଠାରୁ ଆଜ୍ଞାମାଳ ପାଇ ରନତ୍ ସିଂହାସନକୁ ସାଢ଼େ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଶ୍ରୀମନ୍ଦିର ଭିତର ଚାରିପାଖକୁ ସାଢ଼େ ୪ଥର ପ୍ରଦକ୍ଷିଣ କରନ୍ତି। ସେହିପରି ଅଠରନଳାସ୍ଥିତ ମା’ ଆଲାମଚଣ୍ଡୀ ଠାକୁରାଣୀଙ୍କ ନିକଟରୁ ମକର ତାଡ଼ ଶ୍ରୀମନ୍ଦିରକୁ ବିଜେ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri