ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ। ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷକ, କୁଣ୍ଡଳ ଇତ୍ୟାଦି ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ମା’ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ। ଏହି ବେଶରେ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷକ ଇତ୍ୟାଦି ଧାରଣ କରିଥାନ୍ତି। ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ। ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ। ଏହି ଦିନ ବଡ଼ ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରନତ୍ସିଂହାସନକୁ ଆସନ୍ତି। ସେଠାରୁ ଆଜ୍ଞାମାଳ ପାଇ ରନତ୍ ସିଂହାସନକୁ ସାଢ଼େ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଶ୍ରୀମନ୍ଦିର ଭିତର ଚାରିପାଖକୁ ସାଢ଼େ ୪ଥର ପ୍ରଦକ୍ଷିଣ କରନ୍ତି। ସେହିପରି ଅଠରନଳାସ୍ଥିତ ମା’ ଆଲାମଚଣ୍ଡୀ ଠାକୁରାଣୀଙ୍କ ନିକଟରୁ ମକର ତାଡ଼ ଶ୍ରୀମନ୍ଦିରକୁ ବିଜେ କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?