ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ବତନ୍ତ୍ର ଅଟେ।

ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବାର ବିଧି ରହିଛି। ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ପାଲିଙ୍କିରେ ମାଆ ଲକ୍ଷ୍ମୀ ଜଗମୋହନକୁ ବିଜେ କରିବେ। ପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ସେବତୀମାଳ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ ଆଦି ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଥାନ୍ତି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଅସମ୍ଭବ ଭିଡ଼ ହେବାର ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri