ଆଜି ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହେବ। କାର୍ଯ୍ୟକାରିଣୀ ବୈଠକ ଭର୍ଚୁଆଲ ମୋଡ୍‌ରେ ପୂର୍ବାହ୍ନ ୧୦ଟା ୪୫ରୁ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକାରିଣୀରେ ପଞ୍ଚାୟତ ନିର୍ବାଚନ ନେଇ ଏଜେଣ୍ଡା ପାସ୍‌ ହେବ ବୋଲି ଦଳର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି। ଗତ ଶନିବାର ବିଜେଡି ପକ୍ଷରୁ ଜିଲା ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଥିବା ବେଳେ ସମତାଳରେ ଭାଜପା ମଧ୍ୟ କ୍ରିୟାଶୀଳ ହୋଇଥିବା ଦେଖିବାକୁ ମିଳିଛି। ସମାନଭାବେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ପକ୍ଷରୁ ପଞ୍ଚାୟତ ନିର୍ବାଚନ ନେଇ ଏକ କମିଟି ଗଠନ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ରବିବାର ଭାଜପା ପକ୍ଷରୁ ଏକ ଓ୍ବେବିନାର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟତଃ ପଞ୍ଚାୟତ ନିର୍ବାଚନରେ ଦଳ କିପରି ପ୍ରସ୍ତୁତ ହେବ ସେ ନେଇ ଆଲୋଚନା କରାଯାଇଛି। ଓ୍ବାର୍ଡକୁ ଏକକ କରି ନିର୍ବାଚନ ବୈତରଣୀ ପାର୍‌ ହେବା ଲାଗି ଭାଜପାର ଓ୍ବେବିନାର୍‌ରେ ମୁଖ୍ୟ ନିଷ୍ପତ୍ତି ହୋଇଛି। ଏହାସହ କାର୍ଯ୍ୟକାରିଣୀ ଲାଗି ଚିଠା ପ୍ରସ୍ତାବ ପ୍ରସ୍ତୁତ କରିବା ଉପରେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସମୀରଙ୍କ ନୂତନ ଟିମ୍‌ ପଞ୍ଚାୟତ ନିର୍ବାଚନରେ ମୁଖ୍ୟ ଭୂମିକା ନିର୍ବାହ କରିପାରନ୍ତି। ଗତଥର ପଞ୍ଚାୟତ ନିର୍ବାଚନରେ ଭାଜପା ପଶ୍ଚିମ ଓଡିଶାରେ ଭଲ ପ୍ରଦର୍ଶନ କରିପାରିଥିବା ବେଳେ ଏଥର ଅନ୍ୟ ସ୍ଥାନଗୁଡ଼ିକରେ କିପରି ସଫଳ ଭାବେ ବିଜେଡିକୁ ଚେକ୍‌ ଦେବ ସେ ନେଇ ପ୍ରସ୍ତୁତି ଚାଲିଛି। ଅନ୍ୟପଟେ ପ୍ରାର୍ଥୀ ଚୟନ ଲାଗି କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ପ୍ରଦାନ କରାଯିବ ସେ ନେଇ ମଧ୍ୟ ବିଶେଷ ଆଲୋଚନା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri