ଆଜି ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହେବ। କାର୍ଯ୍ୟକାରିଣୀ ବୈଠକ ଭର୍ଚୁଆଲ ମୋଡ୍‌ରେ ପୂର୍ବାହ୍ନ ୧୦ଟା ୪୫ରୁ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକାରିଣୀରେ ପଞ୍ଚାୟତ ନିର୍ବାଚନ ନେଇ ଏଜେଣ୍ଡା ପାସ୍‌ ହେବ ବୋଲି ଦଳର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି। ଗତ ଶନିବାର ବିଜେଡି ପକ୍ଷରୁ ଜିଲା ପର୍ଯ୍ୟବେକ୍ଷକ ତାଲିକା ପ୍ରକାଶ ପାଇଥିବା ବେଳେ ସମତାଳରେ ଭାଜପା ମଧ୍ୟ କ୍ରିୟାଶୀଳ ହୋଇଥିବା ଦେଖିବାକୁ ମିଳିଛି। ସମାନଭାବେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ପକ୍ଷରୁ ପଞ୍ଚାୟତ ନିର୍ବାଚନ ନେଇ ଏକ କମିଟି ଗଠନ କରାଯାଇଛି।
ମିଳିଥିବା ସୂଚନା ମୁତାବକ, ରବିବାର ଭାଜପା ପକ୍ଷରୁ ଏକ ଓ୍ବେବିନାର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟତଃ ପଞ୍ଚାୟତ ନିର୍ବାଚନରେ ଦଳ କିପରି ପ୍ରସ୍ତୁତ ହେବ ସେ ନେଇ ଆଲୋଚନା କରାଯାଇଛି। ଓ୍ବାର୍ଡକୁ ଏକକ କରି ନିର୍ବାଚନ ବୈତରଣୀ ପାର୍‌ ହେବା ଲାଗି ଭାଜପାର ଓ୍ବେବିନାର୍‌ରେ ମୁଖ୍ୟ ନିଷ୍ପତ୍ତି ହୋଇଛି। ଏହାସହ କାର୍ଯ୍ୟକାରିଣୀ ଲାଗି ଚିଠା ପ୍ରସ୍ତାବ ପ୍ରସ୍ତୁତ କରିବା ଉପରେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସମୀରଙ୍କ ନୂତନ ଟିମ୍‌ ପଞ୍ଚାୟତ ନିର୍ବାଚନରେ ମୁଖ୍ୟ ଭୂମିକା ନିର୍ବାହ କରିପାରନ୍ତି। ଗତଥର ପଞ୍ଚାୟତ ନିର୍ବାଚନରେ ଭାଜପା ପଶ୍ଚିମ ଓଡିଶାରେ ଭଲ ପ୍ରଦର୍ଶନ କରିପାରିଥିବା ବେଳେ ଏଥର ଅନ୍ୟ ସ୍ଥାନଗୁଡ଼ିକରେ କିପରି ସଫଳ ଭାବେ ବିଜେଡିକୁ ଚେକ୍‌ ଦେବ ସେ ନେଇ ପ୍ରସ୍ତୁତି ଚାଲିଛି। ଅନ୍ୟପଟେ ପ୍ରାର୍ଥୀ ଚୟନ ଲାଗି କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ପ୍ରଦାନ କରାଯିବ ସେ ନେଇ ମଧ୍ୟ ବିଶେଷ ଆଲୋଚନା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri