ଆଜି ଏନ୍‌ଆଇଟିର ସମାବର୍ତ୍ତନ ଉତ୍ସବ

ରାଉରକେଲା ଅଫିସ,୧୩।୮: ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି) ରାଉରକେଲାର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି, ସୁନ୍ଦରଗଡ ଏମ୍‌ପି ଜୁଏଲ ଓରାମ ଓ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହିବେ। ଏ ନେଇ ଶୁକ୍ରବାର ଏନ୍‌ଆଇଟିର ଏଫ୍‌ଟିବିଆଇ ସେମିନାର ହଲ୍‌ ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସମ୍ମିଳନୀରେ ଏନ୍‌ଆଇଟମିର ନିର୍ଦ୍ଦେଶକ ପ୍ରଫେସର କେ. ଉମା ମହେଶ୍ୱର ରାଓ ଯୋଗଦେଇ ସମାବର୍ତ୍ତନ ଉତ୍ସବ ଉପରେ ବିବରଣୀ ପ୍ରଦାନ କରିଥିଲେ। ଏନ୍‌ଆଇଟିର ୧୯ତମ ହୀରକ ଜୟନ୍ତୀ ପାଳନ ସହ ୭୫ତମ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯିବ ବୋଲି ସେ କହିଥିଲେ। ଏହି ସମାରୋହରେ ହର୍‌ ଘର୍‌ ତ୍ରିରଙ୍ଗା ଉତ୍ସବ ପାଳିତ ହେବ। ଏନ୍‌ଆଇଟି କ୍ୟାମ୍ପସ ବାସିନ୍ଦାଙ୍କ ପାଇଁ ଜାତୀୟ ପତାକା ଉତ୍ତୋଳନର ଆଚରଣ ବିଧି ବିଷୟରେ ସଚେତନତା ସହ ବିଦ୍ୟାର୍ଥୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା, ମାରାଥନ୍‌, ଏନସିସି କ୍ୟାଡେଟ ଓ କ୍ୟାମ୍ପସ ପିଲାମାନଙ୍କୁ ନେଇ ପରେଡ ପ୍ରସ୍ତୁତି ସହ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପ୍ରଫେସର ରାଓ ସୂଚନା ଦେଇଥିଲେ। ଏହି ସମ୍ମିଳନୀରେ ଡିନ୍‌ ଏକାଡେମିକ ସସ୍ମିତା ମିଶ୍ର, ସମାବର୍ତ୍ତନ ଉତ୍ସବର ଭାରପ୍ରାପ୍ତ ଅଧିକାରୀ ପ୍ରଫେସର ମହାବୀର ପଣ୍ଡା, ପିପିଆରସି ପ୍ରଫେସର ହିମାଂଶୁ ଭୂଷଣ ସାହୁ, ରେଜିଷ୍ଟ୍ରାର ପ୍ରଫେସର ରୋହନ ଧୀମାନ, ବ୍ଲକଚେନ ଉପସ୍ଥାପକ ପ୍ରଫେସର ମନୀଷ ଓକାଡେ ଉପସ୍ଥିତ ଥିଲେ। ଏନ୍‌ଆଇଟିର ଲୋକ ସମ୍ପର୍କ ଅଧିକାରୀ ଅର୍ଚ୍ଚନା ଗୁପ୍ତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷର ପ୍ରଫେସର ଉଇନି ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri