ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨।୭: ଗୁରୁବାର ଆଷାଢ଼ ଶୁକ୍ଳ ଦ୍ୱାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ବା ବଡ଼ ତଢ଼ାଉ ବେଶ ହେବ। ରଥାରୂଢ଼ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ତେବେ ମହାପ୍ରଭୁଙ୍କ ଏହି ଦୁଲର୍‌ଲଭ ବେଶ ଭକ୍ତମାନେ ଦେଖିପାରିବେ ନାହିଁ। ଏଥିରେ ବାଧକ ସାଜିଛି କରୋନା। ଏହି ମହାମାରୀ ପାଇଁ ଏଥର ସମ୍ପୂର୍ଣ୍ଣ ଘୋଷଯାତ୍ରାକୁ ଭକ୍ତଶୂନ୍ୟ ରଖାଯାଇଛି। ଅନ୍ୟପକ୍ଷରେ ସୁନାବେଶ ଲାଗି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ ତଢ଼ାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇଆସୁଥିବା ଶୁଣିବାକୁ ମିଳେ। ଗୁରୁବାର ପୂର୍ବାହ୍ନରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର (ବାହାର ଭଣ୍ଡାର) ଖୋଲାଯିବ। ସେଥିରୁ ସୁନାବେଶ ଲାଗି ଆବଶ୍ୟକ ଅଳଙ୍କାର ବାହାର କରାଯିବ। ଭଣ୍ଡାର ମେକାପ ଓ ବଣିଆଙ୍କ ଉପସ୍ଥିତିରେ ଅଳଙ୍କାରଗୁଡ଼ିିକୁ ସଫା କରାଯିବ। ରଥ ଉପରେ ମହାପ୍ରଭୁଙ୍କ ମଇଲମ ଓ ମେକାପ ସର୍ବାଙ୍ଗ ନୀତି ବଢ଼ିବା ପରେ ସୁନାବେଶ ଆରମ୍ଭ ହେବ। ଅପରାହ୍ନ ୪ଟାରୁ ସାଢେ ୫ଟା ମଧ୍ୟରେ ଠାକୁରଙ୍କ ସୁନାବେଶ ସଜା ସମ୍ପନ୍ନ ହେବ। ଏଥର ଭକ୍ତଙ୍କୁ ଦର୍ଶନ ସୁଯୋଗ ନ ଥିବାରୁ ୨ରୁ ୩ ଘଣ୍ଟା ଏହି ବେଶ ରହିବ। ଶ୍ରଦ୍ଧାଳୁମାନେ ଟିଭି ମାଧ୍ୟମରେ ଏହାର ସିଧା ପ୍ରସାରଣ ଦେଖିପାରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି। ଗୁଣ୍ଡିଚା ଓ ବାହୁଡ଼ା ନୀତିକାନ୍ତି ଭଳି ସୁନାବେଶ ନୀତି ସଅଳ ହେବ ବୋଲି କୁହାଯାଉଛି। ଏଥର ସୁନାବେଶ ଦର୍ଶନ ଲାଗି ଭକ୍ତଙ୍କୁ ବାରଣ କରାଯାଇଥିବାରୁ ସେମିତି କୌଣସି ସ୍ବତନ୍ତ୍ର ବ୍ୟବସ୍ଥା ନାହିଁ। କିନ୍ତୁ ଦିନତମାମ୍‌ ମାର୍କେଟ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଞ୍ଚଳରେ କର୍ଫ୍ୟୁ ରହିବ। ଶ୍ରୀମନ୍ଦିର ଭଣ୍ଡାର ଘରୁ ରଥକୁ ସ୍ବର୍ଣ୍ଣ ଅଳଙ୍କାର ଆସିବା ସମୟରେ ପୋଲିସ ପକ୍ଷରୁ ସୁରକ୍ଷା ଯୋଗାଯିବ। ପ୍ରତି ରଥ ଚତୁଃପାର୍ଶ୍ୱରେ ପୋଲିସ ଫୋର୍ସ ମୁତୟନ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri