ଆଜି ମହାପ୍ରଭୁଙ୍କ ଅଧରପଣା: ଅମୃତ ପାନ କରିବେ ଦେବାଦେବୀ-ଚଣ୍ଡୀଚାମୁଣ୍ଡା

ପୁରୀ,୭ା୭: ଆଜି ଅର୍ଥାତ୍‌ ସୋମବାର ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ଅଧରାମୃତ ପାନ କରିବେ ରଥରେ ଥିବା ପାଶର୍‌ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା। ଅପରାହ୍ନ ୪ଟା ୩୦ରୁ ଅଧରପଣା ନୀତି ଆରମ୍ଭ ହୋଇ ରାତି ୮ଟା ୩୦ରେ ଶେଷ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି। ତେବେ ମଧ୍ୟ ରାତ୍ର ୨ଟାରେ ଶ୍ରୀଜିଉଙ୍କ ରାତ୍ର ପହୁଡ଼ ପଡ଼ିବ। ସେହିପରି ଆସନ୍ତାକାଲି କାଲି ମହାବାହୁ ନୀଳାଦ୍ରି ବିଜେ କରିବେ।

ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବା ପରେ ଏକାଦଶୀ ତିଥିରେ ରବିବାର ରଥ ଉପରେ ସୁନାବେଶରେ ଦର୍ଶନ ଦେଇଥିଲେ। ଭକ୍ତମାନେ ଦାରୁବିଗ୍ରହଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିଥିଲେ। ଶ୍ରୀବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଝଟକିଥିଲେ। ବିଶ୍ୱନିୟନ୍ତାଙ୍କ ଏହି ଅନନ୍ୟ ବେଶକୁ ସୁନାବେଶ, ରାଜରାଜେଶ୍ୱର ଓ ବଡ଼ତଢ଼ାଉ ବେଶ ବୋଲି କୁହାଯାଏ।
ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ରଥ ଉପରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସମ୍ପନ୍ନ କରାଯାଇଥିଲା। ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼ିବା ପରେ ଅପରାହ୍ନ ୧ଟା ୪୫ରୁ ୨ଟା ୪୫ ମଧ୍ୟରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହୋଇଥିଲା। ପରେ ମଇଲମ ଓ ଶାଢ଼ି ଖଣ୍ଡୁଆ ଲାଗି ଶେଷହୋଇ ୪ଟା ୧୫ରେ ସନ୍ଧ୍ୟା ଆଳତି ସରିଥିଲା। ସର୍ବାଙ୍ଗ ନୀତି ସରିବା ପରେ ୪ଟା ୪୫ରୁ ଠାକୁରଙ୍କ ସୁନାବେଶ ପାଇଁ ପ୍ରସ୍ତୁତିି ଆରମ୍ଭ ହୋଇଥିଲା। ପରେ ୧୩୮ ପ୍ରକାର ବହୁବିଧ ରତ୍ନଅଳଙ୍କାରରେ ସଜେଇ ହୋଇଥିଲେ ବିଶ୍ୱନିୟନ୍ତା।
ଭକ୍ତମାନେ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ଦେଇ ଧାଡ଼ିରେ ଆସି ନନ୍ଦିଘୋଷ ରଥ ବାମପାର୍ଶ୍ୱ ଦେଇ ତିନିରଥ ସମ୍ମୁଖକୁ ଆସି ଶ୍ରୀବିଗ୍ରହମାନଙ୍କ ସୁନାବେଶ ଦର୍ଶନ କରିବା ପରେ ତାଳଧ୍ୱଜ ରଥର ଡାହାଣ ପାର୍ଶ୍ୱ ଦେଇ ପ୍ରସ୍ଥାନ କରିଥିଲେ।
ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ଅନୁମାନ କରାଯାଉଛି। ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଥିବାବେଳେ ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଡ୍ରୋନ ଏବଂ ଏଆଇ କ୍ୟାମେରା ମାଧ୍ୟମରେ ଟ୍ରାଫିକ ବ୍ୟବସ୍ଥା ପରିଚାଳନା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?