ଆଜି ଜିଲାପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପରେ ରବିବାରଲାପରିଷଦ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ।
ଅପରାହ୍ନ ୧ଟା ୩୦ ମିନିଟରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟଗ୍ରହଣ କରାଯିବ । ଏହା ପରେ ଫଳ ପ୍ରକାଶ କରାଯିବ। ତେବେ ପରୋକ୍ଷ ନିର୍ବାଚନରେ ନିୟୋଜିତ ଅଧିକାରୀମାନେ ଗୃହ ବାହାରକୁ ଯାଇ ପାରିବେ ନାହିଁ ବୋଲି କମିଶନ କଟକଣା ଜାରି କରିଛନ୍ତି । ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା କରିବାକୁ କମିଶନ ଏସ୍ ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୩୦ଟି ଯାକ ଜିଲାପରିଷଦ ସଭାପତି ପଦବୀ ବିଜେଡି ନିଜ କବଜାକୁ ନେବା ଏକ ପ୍ରକାର ନିଶ୍ଚିତ ହୋଇଛି। ଭାଜପା ଓ କଂଗ୍ରେସ ଏହି ନିର୍ବାଚନ ପ୍ରତି ସେତେଟା ଧ୍ୟାନ ଦେଉ ନ ଥିବା ଭଳି ମନେ ହେଉଛି। ଯଦି ବିଜେଡିର କେହି ବିଦ୍ରୋହୀ ପ୍ରାର୍ଥୀ ଉଭା ହୁଅନ୍ତି, ତେବେ ବିରୋଧୀ ଦଳଗୁଡିକ ସେମାନଙ୍କୁ ସମର୍ଥନ ଦେବା ଲାଗି ପ୍ରସ୍ତୁତ ହେଉଛନ୍ତି। ତେବେ ଜିଲା ପରିଷଦ କ୍ଷେତ୍ରରେ ଦଳ ବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ଦଳୀୟ ନିଷ୍ପତ୍ତି ବିରୋଧରେ ବିଜେଡିର କୌଣସି ଜିଲାପରିଷଦ ସଦସ୍ୟ ସଭାପତି ପଦ ଲାଗି ଗଣ୍ଡଗୋଳ ସୃଷ୍ଟି କରିବା ସମ୍ଭାବନା କମ।
ମାର୍ଚ୍ଚ ୫ ତାରିଖରୁ ଜିଲାପରିଷଦ ସଭାପତି ପଦବୀ ଲାଗି ମନୋନୟନ ପତ୍ର ଲାଗି ବିଜ୍ଞପ୍ତି ପ୍ରକାଶିତ ହୋଇଛି । ଯେଉଁ ପ୍ରାର୍ଥୀମାନେ ଏଥିଲାଗି ପ୍ରାର୍ଥୀପତ୍ର ଦାଖଲ କରିଥିବେ ତାହାକୁ ବିଚାରକୁ ନେଇ ନବ ନିର୍ବାଚିତ ଜିଲା ପରିଷଦ ସଦସ୍ୟମାନଙ୍କର ପ୍ରଥମ ବୈଠକ ମାର୍ଚ୍ଚ ୧୩ ତାରିଖରେ ଅନୁଷ୍ଠିତ ହେବ। ଆବଶ୍ୟକ ସ୍ଥଳେ ଭୋଟ ଗ୍ରହଣ କରାଯିବ । ୧୫ ତାରିଖରେ କେଉଁ ଜିଲା ପରିଷଦର କିଏ ସଭାପତି ନିର୍ବାଚିତ ହେଲେ ସେ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯିବ। ମାର୍ଚ୍ଚ ୧୭ ତାରିଖରେ ଜିଲା ପରିଷଦ ଉପସଭାପତି ପଦବୀ ଲାଗି ମନୋନୟନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଉପସଭାପତି ନିମନ୍ତେ ମାର୍ଚ୍ଚ ୨୫ ତାରିଖରେ ପରୋକ୍ଷ ମତଦାନ ଅନୁଷ୍ଠିତ ହେବ। ଆବଶ୍ୟକ ହେଲେ ଏଥିଲାଗି ୨୫ ତାରିଖରେ ନିର୍ବାଚନ କରାଯାଇ ମାର୍ଚ୍ଚ ୨୮ ତାରିଖରେ ନିର୍ବାଚିତ ଉପସଭାପତିମାନଙ୍କ ନାମ ଘୋଷଣା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri