ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ

ଭୁବନେଶ୍ୱର,୧୪ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଅବଗଣନା ଆରମ୍ଭ ହୋଇଯାଇଛି। ୨ ଦିନ ପରେ ଅର୍ଥାତ୍‌ ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଜନସାଧାରଣ ସେମାନଙ୍କ ମତ ସାବ୍ୟସ୍ତ କରିବେ। ନିଜ ମନପସନ୍ଦ ପ୍ରାର୍ଥୀଙ୍କୁ ସେମାନେ ୫ ବର୍ଷ ପରେ ବାଛିବାର ଆଉ ଏକ ସୁଯୋଗ ପାଇଛନ୍ତି, ତେଣୁ ସେଥିପ୍ରତି ଏବେ ରାଜ୍ୟ ରାଜନୀତି ଉଠୁଚି ପଡୁଚି। ଏଥିଲାଗି ସମସ୍ତ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି। ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକ୍‌ ଅନ୍ତର୍ଗତ ୨୦୨ ଜିଲା ପରିଷଦ ଜୋନ୍‌ର ୧୬୬୯ ପଞ୍ଚାୟତରେ ନିର୍ବାଚନ ଅନୁଷ୍ଠିତ ହେବ। ମତଦାନର ୩୬ ଘଣ୍ଟା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ଅଞ୍ଚଳ ଲାଗି ସୋମବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ହେବ। ବାହାରୁ ଯାଇ ଡେରା ପକାଇଥିବା ନେତାମାନେ ସେହି ଏରିଆ ଛାଡ଼ିବେ। ଗୋଟିଏ ନିର୍ବାଚନମଣ୍ଡଳୀ ମଧ୍ୟରେ ବାହାର ନିର୍ବାଚନମଣ୍ଡଳୀର ଭୋଟର କିମ୍ବା ନିର୍ବାଚନ ପ୍ରଚାର କାର୍ଯ୍ୟରେ ନିୟୋଜିତ ଥିବା ରାଜନୈତିକ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ବାଚନ କମିଶନ କହିସାରିଛନ୍ତି। ମତଦାନ ଲାଗି ସୋମବାରଠାରୁ ପୋଲିଂ ଅଧିକାରୀମାନେ ମଧ୍ୟ ମତଦାନ କେନ୍ଦ୍ର ଅଭିମୁଖେ ଗସ୍ତ କରିବେ। ପ୍ରଥମ ପର୍ଯ୍ୟାୟରେ ୧୧ ଜିଲା ଯଥା-ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟକୁ ପୋଲିଂ ଅଧିକାରୀମାନେ ଗସ୍ତ କରିବେ। ମଙ୍ଗଳବାର ବାକି ୧୯ଟି ଜିଲାକୁ ଅଧିକାରୀମାନେ ଯିବେ।
ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ଅଞ୍ଚଳ ଲାଗି ଜୋରସୋରରେ ପ୍ରଚାର ଚାଲିଛି। ପ୍ରାର୍ଥୀମାନେ ଘରକୁ ଘର ବୁଲି ଭୋଟ୍‌ ଭିକ୍ଷା କରିବା ସହ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି। ଏହାସହ ବାଇକ୍‌ ରାଲି ଓ ଶୋଭାଯାତ୍ରା କରି ଭୋଟର୍‌ଙ୍କ ନିକଟତର ହେବାକୁ ଚେଷ୍ଟା କରାଯାଉଛି। ପ୍ରଥମ ପର୍ଯ୍ୟାୟ ପ୍ରଚାରର ଶେଷ ସୁଯୋଗ ଥିବାରୁ ପ୍ରାର୍ଥୀମାନେ ଦିନରାତି ଏକ କରିଦେଇଛନ୍ତି। ସୂଚନାଯୋଗ୍ୟ, ୧୬ ତାରିଖରୁ ୫ଟି ପର୍ଯ୍ୟାୟରେ ଦିନେ ଛଡ଼ା ଦିନେ ପଞ୍ଚାୟତ ଭୋଟ୍‌ ଗ୍ରହଣ ହେବ। ଏଥିପାଇଁ ବୁଥ୍‌ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି। କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ଅତିରିକ୍ତ ପୋଲିସ ମୁତୟନ କରାଯିବ। ୧୬ରେ ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ଟି ବ୍ଲକ୍‌ ଅନ୍ତର୍ଗତ ୨୦୨ ଜିଲା ପରିଷଦ ଆସନ, ୧୬୬୯ ସରପଞ୍ଚ ଓ ସମାନ ସଂଖ୍ୟକ ସମିତି ସଭ୍ୟ, ୨୨୩୭୯ଟି ୱାର୍ଡମେମ୍ବର ପଦବୀ ପାଇଁ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ। ମୋଟ୍‌ ୬୭ ଲକ୍ଷ ୫୧ ହଜାର ୦୬୮ଜଣ ଭୋଟର୍‌ ନିଜର ମତାଧିକାର ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?